blast Photograph: (OTV)
ଦିଲ୍ଲୀ ଲାଲ୍କିଲ୍ଲା ନିକଟରେ ଏକ କାରରେ ବିସ୍ଫୋରଣ । ଏଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି । ୩୦ଜଣ ବିସ୍ଫୋରଣରେ ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ହସପିଟାଲ ସ୍ଥାନାନ୍ତର କରାଯାଇଛି । ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି ।
ମେଟ୍ରୋ ଷ୍ଟେସନ ଗେଟ୍ ୧ ନିକଟ ପାର୍କିଂରେ ବିସ୍ଫୋରଣ ହୋଇଛି । ବିସ୍ଫୋରଣ ପରେ ହୁତୁହୁତୁ ହୋଇ ଜଳିଲା କାର୍ । ଆଉ ୮ଟି ଗାଡ଼ି ମଧ୍ୟ ବିସ୍ଫୋରଣରେ ଜଳିଗଲା । ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ ଟିମ୍ । ବିସ୍ଫୋରଣ ପରେ ଦିଲ୍ଲୀ ଓ ମୁମ୍ବାଇରେ ହାଇଆଲର୍ଟ ଜାରି ହୋଇଛି । ନିଆଁ ଲିଭାଇବାକୁ ୭ଟି ଦମକଳ ଗାଡ଼ି ପହଞ୍ଚିଛି । କେଉଁ ପରିସ୍ଥିତିରେ ବିସ୍ଫୋରଣ ଘଟିଲା ତାର ତଦନ୍ତ ଚାଲିଛି ।
ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି । ସ୍ଥିତି ବାବଦରେ ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ ମୋଦି । ସେପଟେ IB ମୁଖ୍ୟଙ୍କ ସହ କଥା ହେଲେ ଗୃହ ମନ୍ତ୍ରୀ ଅମିତ ଶାହ । ଦିଲ୍ଲୀ ପୋଲିସ ସହ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/11/10/blast-2025-11-10-19-30-07.jpg)