Advertisment

Medical student Gang-raped: ବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ; କଲେଜରେ ପ୍ରବଳ ଉତ୍ତେଜନା, ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ପଶ୍ଚିମବଙ୍ଗ ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଛି। ଦୁର୍ଗାପୁରର ଏକ ଘରୋଇ ମେଡିକାଲରେ ଦ୍ବିତୀୟ ବର୍ଷର ଛାତ୍ରୀ ଥିଲେ। ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି।

author-image
Chinmayee Sahoo
gang-raped

gang-raped Photograph: (OTV)

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କମ। ପଶ୍ଚିମବଙ୍ଗ ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କମ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ଗାପୁରର ଏକ ଘରୋଇ ମେଡିକାଲରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କ ସହ ଜଘନ୍ୟକାଣ୍ଡ ଘଟିଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ପୁରୁଷ ବନ୍ଧୁଙ୍କ ସହ କ୍ୟାମ୍ପସ୍  ବାହାରକୁ ଯାଇଥିଲେ ପୀଡ଼ିତା। ଏହି ସମୟରେ ୪ରୁ ୫ ଜଣ ଦୁବୃତ୍ତ ଯୁବତୀ ଓ ତାଙ୍କ ପୁରୁଷ ବନ୍ଧୁଙ୍କୁ ଅଟକାଇ ମାଡ଼ ମାରିଥିଲେ। ପୁରୁଷ ବନ୍ଧୁଙ୍କୁ ମାଡ଼ ମାରି ଯୁବତୀଙ୍କ ସହ ଏଭଳି କାଣ୍ଡ ଭିଆଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଗତ ବର୍ଷ
ପଶ୍ଚିମବଙ୍ଗରେ RG କର୍ ମେଡିକାଲ୍ କଲେଜ୍ ରେ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା କରାଯାଇଥିଲା। ଏହି ଘଟଣା ମନରୁ ନଲିଭୁଣୁ ଆଉ ଏକ ଘଟଣା ପଶ୍ଚିମବଙ୍ଗରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପ୍ରଶ୍ନ ଉଠାଇଛି।

Advertisment

Woman Gangraped
Advertisment
Related Articles
Advertisment