NIPHA VIRUS Photograph: (OTV)
ପଶ୍ଚିମବଙ୍ଗରେ ସନ୍ଦିଗ୍ଧ ନିପା ଭୂତାଣୁରେ ସଂକ୍ରମଣ ଦେଖା ଦେବା ପରେ ଓଡିଶାରେ ଆଲର୍ଟ। ଉତ୍ତର ୨୪ ପ୍ରଗଣାର ଏକ ଘରୋଇ ହସ୍ପିଟାଲରେ ୨ଜଣ ନର୍ସ ସନ୍ଦିଗ୍ଧ ନିପା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ସେମାନଙ୍କଠାରେ ରହିଥିବା ଲକ୍ଷଣ ନିପା ଭୂତାଣୁ ବୋଲି ପ୍ରାଥମିକ ରିପୋର୍ଟରୁ ସ୍ପଷ୍ଟ ହୋଇଛି।
ପଶ୍ଚିମବଙ୍ଗରୁ ଓଡ଼ିଶାକୁ ପ୍ରତିଦିନ ଲୋକଙ୍କ ଯିବାଆସିବା ଲାଗି ରହିଥିବାରୁ ଓଡ଼ିଶା ପାଇଁ ଏହା ଭୟ ବଢ଼ାଇଛି। ଓଡ଼ିଶାରେ ବର୍ତ୍ତମାନ ପର୍ଯ୍ୟନ୍ତ ନିପା ଭୂତାଣୁ ଚିହ୍ନଟ ହୋଇନାହାନ୍ତି। ସେପଟେ ପଶ୍ଚିମବଙ୍ଗରେ ସଂକ୍ରମିତଙ୍କ ନମୁନା ଏମ୍ସକୁ ପଠାଯାଇଛି। ସଂକ୍ରମଣ ରୋକିବାକୁ ଏକ ଜାତୀୟ ଯୁଗ୍ମ ସଂକ୍ରମଣ ରେସପନ୍ସ ଟିମ୍ ଗଠନ ହୋଇଛି।
ପଶୁ, ସଂକ୍ରମିତ ଖାଦ୍ୟ କିମ୍ବା ସିଧାସଳଖ ମଣିଷକୁ ନିପା ଭୂତାଣୁ ବ୍ୟାପିଥାଏ। ସଂକ୍ରମିତ ଲାଳ, ମଳ, ମୂତ୍ର ଓ ରକ୍ତ ଜରିଆରେ ଏହା ବ୍ୟାପିବାର ଆଶଙ୍କା ଅଧିକ। ଆକ୍ରାନ୍ତ ବ୍ୟକ୍ତିଙ୍କଠାରେ ଜ୍ବର ସହ ମୁଣ୍ଡବିନ୍ଧା, ଗଳା ଦରଜ, ଡାଇରିଆ, ବାନ୍ତି, ମାଂସପେଶୀରେ ଯନ୍ତ୍ରଣା ଓ ଶ୍ବାସକ୍ରିୟାରେ ସମସ୍ୟା ସୃଷ୍ଟି ହୋଇଥାଏ।
ଗୁରୁତର ଆକ୍ରାନ୍ତ ବ୍ୟକ୍ତି କୋମାକୁ ଚାଲିଯିବାର ଆଶଙ୍କା ରହିଛି। ତେଣୁ ନିୟମିତ ହାତ ଧୋଇବା ସହ ସଂକ୍ରମିତ ଘୁଷୁରି ଓ ବାଦୁଡ଼ିଙ୍କଠାରୁ ଦୂରେଇ ରହିବା ଆବଶ୍ୟକ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/01/14/nipha-virus-2026-01-14-12-57-30.jpg)