/odishatv-khabar/media/media_files/2025/10/30/police_dress-2025-10-30-11-12-22.jpg)
POLICE_DRESS Photograph: (OTV)
ଦେଶରେ ଖୁବଶୀଘ୍ର ଲାଗୁ ହେବ ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ ପଲିସି । ସାରା ଦେଶର ପୋଲିସ କର୍ମଚାରୀଙ୍କ ୟୁନିଫର୍ମ ଗୋଟିଏ ପ୍ରକାରର ରହିବ । ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପୋଲିସ ୟୁନିଫର୍ମ ଆଉ ରହିବ ନାହିଁ । ଓଡ଼ିଶା ସମେତ ୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ତଥ୍ୟ ମାଗିଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ।
ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ଗୋଆ, ହିମାଚଳ ପ୍ରଦେଶ, ଝାଡ଼ଖଣ୍ଡ, କେରଳ, ମଣିପୁର, ମେଘାଳୟ, ନାଗାଲାଣ୍ଡ, ଓଡ଼ିଶା, ସିକିମ, ତେଲେଙ୍ଗାନା, ତ୍ରିପୁରା, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଚିଠି ଲେଖାଯାଇଛି । ମଗାଯାଇଥିବା ତଥ୍ୟ ତୁରନ୍ତ ଦେବାକୁ ନିର୍ଦ୍ଦେଶ ଦେଇଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ ।
ନଭେମ୍ବର ୪ ତାରିଖ ମଧ୍ୟରେ ସମସ୍ତ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କେନ୍ଦ୍ରର ଚିଠି ପରେ ଡିଜିପି କଣ୍ଟ୍ରୋଲ ରୁମ ପକ୍ଷରୁ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ତଥ୍ୟ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।
• ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ
• ଖୁବଶୀଘ୍ର ଲାଗୁ ହେବ ୱାନ୍ ନେସନ ୱାନ୍ ପୋଲିସ ୟୁନିଫର୍ମ ପଲିସି
• ଦେଶରେ ଏଣିକି ପୋଲିସ ମାନଙ୍କର ଗୋଟିଏ ପ୍ରକାରର ୟୁନିଫର୍ମ ରହିବ
• ଭିନ୍ନ ଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ୟୁନିଫର୍ମ ଆଉ ରହିବ ନାହିଁ
• ଓଡ଼ିଶା ସମେତ ୧୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଗୃହ ମନ୍ତ୍ରାଳୟର ଚିଠି
• ନଭେମ୍ବର ୪ ମଧ୍ୟରେ ସମସ୍ତ ତଥ୍ୟ ଦାଖଲ ପାଇଁ ନିର୍ଦ୍ଦେଶ
• କେନ୍ଦ୍ରର ଚିଠି ପରେ ରାଜ୍ୟ ପୋଲିସ ମୁଖ୍ୟାଳୟର ତତ୍ପରତା
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)