Advertisment

Process Begins for Rajya Sabha Elections: ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ, ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା। ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ। ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି।

author-image
Chinmayee Sahoo
Rajyasabha

Rajyasabha Photograph: (OTV)

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା। ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ । ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି। ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । 

Advertisment

ଓଡ଼ିଶା ସମେତ ୧୦ ରାଜ୍ୟମାନଙ୍କର ମୁଖ୍ୟ ନିର୍ବାଚନ ଅଧିକାରୀମାନଙ୍କୁ ରିଟର୍ଣ୍ଣିଂ ଅଫିସର, ସହାୟକ ରିଟର୍ଣ୍ଣିଂ ଅଫିସର, ଭୋଟ୍ ଗ୍ରହଣ ସ୍ଥାନ ଏବଂ ବ୍ୟାଲଟ୍ ବକ୍ସର ପ୍ରକାର ସମ୍ପର୍କରେ ପ୍ରସ୍ତାବ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ଜାତୀୟ ନିର୍ବାଚନ କମିଶନ । ମହାରାଷ୍ଟ୍ରର ୭ଟି, ଓଡ଼ିଶାରେ ୪ଟି, ତାମିଲନାଡୁରେ ୬ଟି, ପଶ୍ଚିମବଙ୍ଗରେ ୫ଟି, ତେଲଙ୍ଗାନାର ୨ଟି, ଆସାମର ୩ଟି ଆସନରେ ରାଜ୍ୟସଭା ନିର୍ବାଚନ ହେବ । 

ସେହିପରି ବିହାରର ୫ଟି, ଛତିଶଗଡ଼ର ୨ଟି, ହରିୟାଣାର ୨ଟି ଆସନ, ହିମାଚଳପ୍ରଦେଶର ଗୋଟିଏ ଆସନ ରହିଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ । ସେମାନେ ହେଲେ ମୁନା ଖାନ, ନିରଞ୍ଜନ ବିଶି, ସୁଜିତ କୁମାର, ମମତା ମହନ୍ତ ।

Advertisment

ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟା ଆରମ୍ଭ
ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ
ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି
ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ
ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୫, ପଶ୍ଚିମବଙ୍ଗର ୫ଟି ସିଟ୍
ଆସାମର ୩, ତେଲେଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ ଖାଲି
ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବ
ଆସନ୍ତା ଏପ୍ରିଲ ୨ରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ
ବିଜେପିର ମମତା ମହନ୍ତ ଓ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ସରିବ
ବିଜେଡିର ମୁନ୍ନା ଖାଁ ଓ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ବି ସରିବ

Election Rajyasabha
Advertisment
Related Articles
Advertisment