• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Latest News

rainfall
ଚଳିତ ଥର ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ

ନୂଆଦିଲ୍ଲୀ: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି। ଏନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ କେରଳରେ ପହଞ୍ଚିବା ପରେ IMD ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଛି। ଲା’ ନିନା ପ୍ରଭାବରେ ଚଳିତ ଥର ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବ ବୋଲି IMD ଡିଜି କହିଛନ୍ତି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ୧୦୨ % ବର୍ଷା ହେବା ନେଇ ଆକଳନ କରାଯାଇଛି। ସେହିପରି ଉତ୍ତର-ପଶ୍ଚିମାଞ୍ଚଳରେ ସର୍ବାଧିକ ୧୦୭% ବର୍ଷା, […]

spit
ଏଣିକି ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଗଣିବେ ମୋଟା ଅଙ୍କର ଜରିମାନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାଳ ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଅଧିକ ଜରିମାନା ଗଣିବାକୁ ପଡ଼ିବ। ଯଦି କୌଣସି ବ୍ୟକ୍ତି ଏହି ନିୟମ ଭାଙ୍ଗନ୍ତି ପ୍ରଥମ ଓ ଦ୍ୱିତୀୟ ଥର ପାଇଁ ତାଙ୍କୁ ୫ଶହ ଟଙ୍କା ଜରିମାନା ଦେବାକୁ ପଡ଼ିବ। ସେହିପରି ତୃତୀୟ ଥର ନିୟମ ଭାଙ୍ଗି ଧରାପଡ଼ିଲେ ୧ ହଜାର […]

shutdown
୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର: କରୋନା ସଂକ୍ରମଣ ବଢ଼ିଥିବା ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍‌ ଘୋଷଣା ହୋଇଛି। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଜୁନ୍‌ ମାସ ପାଇଁ ଏହି ନିୟମ ଲାଗୁ ହୋଇଛି। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସଟ୍‌ଡାଉନ୍‌ ଘୋଷଣା ହୋଇଥିବା ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, […]

school closed
ଜୁଲାଇ ୩୧ ଯାଏ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ୱର: ଜୁଲାଇ ୩୧ ଯାଏ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ କୋଚିଂ ସେଣ୍ଟର ବନ୍ଦ ରହିବ। ଏ ନେଇ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ରାଜ୍ୟରେ ଜୁନ୍ ୧୭ ତାରିଖରୁ ସ୍କୁଲ୍ ନ ଖୋଲିବା ନେଇ ପୂର୍ବରୁ‌ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଥିଲେ। କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଜୁନ୍‌ ୩୦ ଯାଏ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରାଯାଇଛି। ଏହାସହ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ […]

drown
ପୋଖରୀରେ ବୁଡ଼ି ୪ ମୃତ

ଢେଙ୍କାନାଳ: ପୋଖରୀରେ ବୁଡ଼ି ୪ ମୃତ। ମୃତକଙ୍କ ମଧ୍ୟରେ ୩ ଜଣ ନାବାଳକ ଓ ଜଣେ ନାବାଳିକା ଅଛନ୍ତି। ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଅଞ୍ଚଳର ବାରବାଙ୍କ ସାହିରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ୪ ଜଣ ସମ୍ପର୍କୀୟ ଭାଇଭଉଣୀ ବୋଲି ଜଣାପଡ଼ିଛି। ଆଜି ସକାଳେ ଏମାନେ ସମସ୍ତେ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ କୌଣସି କାରଣରୁ ଗୋଡ଼ ଖସି ଯିବାରୁ ଏମାନେ ସମସ୍ତେ ପାଣିରେ ବୁଡ଼ି ଯାଇଥିବା ସୂଚନା ମିଳିଛି। […]

locust
ଛତିଶଗଡ଼ରେ ପଙ୍ଗପାଳ, ଓଡ଼ିଶାକୁ ବଢ଼ିଲା ଭୟ !

ଭୁବନେଶ୍ୱର/ରାଇପୁର: ଓଡ଼ିଶା ପ୍ରତି ଅଧିକ ବଢ଼ିଲା ପଙ୍ଗପାଳ ଭୟ। ପଡ଼ୋଶୀ ରାଜ୍ୟ ଛତିଶଗଡ଼ ଜଙ୍ଗଲରେ ଏହି ପଙ୍ଗପାଳ ଦଳ ପହଞ୍ଚିବା ପରେ ଓଡ଼ିଶାରେ ପଙ୍ଗପାଳ ପହଞ୍ଚିବା ନେଇ ଛନକା ଆହୁରି ବଢ଼ିଛି। ଛତିଶଗଡ଼ କୋରିଆ ଜିଲ୍ଲାରେ ଲକ୍ଷ ଲକ୍ଷ ସଂଖ୍ୟାରେ ପଙ୍ଗପାଳ ଦେଖିବାକୁ ମିଳିଛି। ଭରତପୁର ଜଙ୍ଗଲରେ ଏମାନେ ଥିବାବେଳେ ଗ୍ରାମାଞ୍ଚଳ ଆଡ଼କୁ ମୁହାଁଇବାର ଆଶଙ୍କା ରହିଛି। ତେବେ ପଙ୍ଗପାଳଙ୍କୁ ଘଉଡ଼ାଇବାକୁ ଉଦ୍ୟମ ଆରମ୍ଭ ହୋଇଛି। ଜଙ୍ଗଲ ପାଖରେ ରହୁଥିବା ଗାଁ ଲୋକେ ପଙ୍ଗପାଳକୁ ଘଉଡ଼ାଇବା ପାଇଁ […]

cloudy
କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ: କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗର ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଠିକ୍ ସମୟରେ ଚଳିତ ବର୍ଷ ମୌସୁମୀ ବାୟୁ କେରଳରେ ପହଞ୍ଚିଛି। ସାଧାରଣତଃ ଜୁନ୍‌ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳରେ ପହଞ୍ଚିଥାଏ ଏବଂ ଜୁଲାଇ ୧୫ ସୁଦ୍ଧା ଏହା ସାରା ଦେଶକୁ ଆଚ୍ଛାଦିତ କରିଥାଏ। କିନ୍ତୁ ଚଳିତ ଥର ବାତ୍ୟା ‘ଅମ୍ପନ୍‌’ ଯୋଗୁ ମୌସୁମୀ ବାୟୁ ପହଞ୍ଚିବାରେ ବିଳମ୍ବ ହୋଇପାରେ ବୋଲି କୁହାଯାଇଥିଲା ଏବଂ ଜୁନ୍‌ […]

train
ଆଜିଠୁ ଗଡ଼ିଲା ୨୦୦ ପାସେଞ୍ଜର ଟ୍ରେନ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଜୁନ୍‌ ୩୦ ଯାଏ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରାଯାଇ ଥିବାବେଳେ ୩ଟି ପର୍ଯ୍ୟାୟରେ ଲକ୍‌ଡାଉନ୍‌ କଟକଣା ହଟିବ। ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ଗାଇଡ୍‌ଲାଇନ୍ସ ଜାରି ହୋଇଛି। ନୂଆ ଗାଇଡଲାଇନ୍ସ ଅନୁସାରେ, କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଜୁନ୍ ୩୦ ଯା‌ଏ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ତେବେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍ ବାହାରେ ପର୍ଯ୍ୟାୟକ୍ରମେ କଟକଣା ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। କଣ୍ଟେନ୍‌ମେଣ୍ଟ୍ ଜୋନ୍ […]

COVID-19
ଆଜି କରୋନାରେ ଓଡ଼ିଶାରେ ୧୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ରେ ପହଞ୍ଚିଛି। ବରଗଡ, ବଲାଙ୍ଗୀର ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏ କରୋନା ରୋଗୀ ଆଖିବୁଜିଥିବା ବେଳେ କଟକ ଓ ଦେବଗଡରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ରେ ପହଞ୍ଚିଛି। […]

migrant dies
କ୍ୱାରେଣ୍ଟିନ୍‌ ସେଣ୍ଟର ବାହାରୁ ପ୍ରବାସୀଙ୍କ ମୃତଦେହ ଉଦ୍ଧାର

ନରସିଂହପୁର: କ୍ୱାରେଣ୍ଟିନ୍‌ ସେଣ୍ଟର ବାହାରୁ ପ୍ରବାସୀଙ୍କ ମୃତଦେହ ଉଦ୍ଧାର। କଟକ ଜିଲ୍ଲା ବଡମ୍ବା ଥାନା ଅନ୍ତର୍ଗତ କୃଷ୍ଣଚନ୍ଦ୍ରପୁର ନୋଡାଲ ହାଇସ୍କୁଲ୍‌ରେ ହୋଇଥିବା କ୍ୱାରେଣ୍ଟିନ୍‌ ସେଣ୍ଟର ବାହାରୁ ଜଣେ ପ୍ରବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ କୃଷ୍ଣଚନ୍ଦ୍ରପୁର ଗାଁର। ଆଜି ଭୋର ସମୟରେ ସମ୍ପୃକ୍ତ ପ୍ରବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଗତ  ମେ’ ୨୬ରେ ସେ ମୁମ୍ବାଇରୁ ଫେରି କ୍ୱାରେଣ୍ଟିନ୍‌ ସେଣ୍ଟରରେ ଥିଲେ। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। […]

airport-3
ଆଜିଠୁ ଝାରସୁଗୁଡ଼ା ବିମାନ ବନ୍ଦରରୁ Alliance Airର ବିମାନ ସେବା ଆରମ୍ଭ

ଝାରସୁଗୁଡ଼ା: ଆଜିଠୁ ଝାରସୁଗୁଡ଼ା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ Alliance Air ଏହାର ବିମାନ ସେବା ଆରମ୍ଭ କରିଛି। ୭ଜଣ ଯାତ୍ରୀଙ୍କୁ ନେଇ ବିମାନଟି କୋଲକାତାରୁ ବାହାରି ଆଜି ସକାଳ ୭ଟା ୪୦ ମିନିଟ୍‌ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିବା ସୂଚନା ମିଳିଛି। ସେହିପରି ବିମାନଟି ୯ଟା ୧୫ରେ  ଝାରସୁଗୁଡାରୁ ବାହାରି ଭୁବନେଶ୍ୱରରେ ପହଞ୍ଚିବ। ଭୁବନେଶ୍ୱରରୁ ୯ଟା ୪୫ରେ ବାହାରି ୧୦ଟା ୫୦ରେ ବିମାନଟି ଝାରସୁଗୁଡାରେ ପହଞ୍ଚିବ। ଝାରସୁଗୁଡାରୁ ଦିନ ୧୧ଟା ୩୦ରେ ବାହାରି […]

cyclone
ଆରବ ସାଗରରେ ଦାନା ବାନ୍ଧୁଛି ବାତ୍ୟା ! ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ନେଇପାରେ

ନୂଆଦିଲ୍ଲୀ: ବଙ୍ଗୋପସାଗର ପରେ ଏବେ ଆରବ ସାଗରରେ ଦାନା ବାନ୍ଧୁଛି ଏକ ବାତ୍ୟା ! ଦକ୍ଷିଣ ପୂର୍ବ ଓ ମଧ୍ୟ ପୂର୍ବ ଆରବ ସାଗରରେ ସୃଷ୍ଟ ଲଘୁଚାପ ଆଜି ସନ୍ଧ୍ୟା ସୁଦ୍ଧା ଅବପାତର ରୂପ ନେଇପାରେ। ଏହାର ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ସାଇକ୍ଲୋନିକ୍‌ ଷ୍ଟର୍ମ ବା ବାତ୍ୟାର ରୂପ ନେବା ନେଇ ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଏହା ଉତ୍ତର ଦିଗକୁ ଗତି କରିବ। ଏହାପରେ ଦିଗ ପରିବର୍ତ୍ତନ କରି ଉତ୍ତର ଓ […]

wajid khan 1
ସାଜିଦ୍‌-ୱାଜିଦ୍‌ ଯୋଡ଼ିର ପ୍ରସିଦ୍ଧ ସିଙ୍ଗର ଓ୍ୱାଜିଦ୍‌ ଖାନ୍‌ଙ୍କ ପରଲୋକ

ମୁମ୍ବାଇ: ବଲିଉଡ୍‌ର ପ୍ରସିଦ୍ଧ ମ୍ୟୁଜିକ୍‌ କମ୍ପୋଜର୍‌ ତଥା ସିଙ୍ଗର୍‌ ଓ୍ୱାଜିଦ୍‌ ଖାନ୍‌ଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା। ମୁମ୍ବାଇର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତକାଲି ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି। ମୃତ୍ୟୁର କାରଣ ଏବେ ଯାଏ ଜଣାପଡ଼ିନାହିଁ। କରୋନାରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ ଘଟିଥାଇପାରେ ବୋଲି ଚର୍ଚ୍ଚା ହେଉଛି। ସୂଚନା ଅନୁସାରେ, କିଛି ଦିନ ତଳେ […]

Cyclonic-strom
ଖୁବ୍‌ ଶୀଘ୍ର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇପାରେ ଆରବ ସାଗରରେ ସୃଷ୍ଟ ଲଘୁଚାପ: ଆଇଏମ୍‌ଡି

ନୂଆଦିଲ୍ଲୀ: ଆରବ ସାଗର ଓ ଲାକ୍ଷାଦ୍ୱୀପ ଉପରେ ସୃଷ୍ଟ ଲଘୁଚାପ ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇ ଆସନ୍ତା ସପ୍ତାହରେ ମହାରାଷ୍ଟ୍ର ଓ ଗୁଜରାଟରେ ପହଞ୍ଚିବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ରେସନ୍‌ ଓ କ୍ରମଶଃ ଘନୀଭୂତ ହୋଇ ଏହାର ୨୪ ଘଣ୍ଟା ମଧ୍ୟରେ ଏହା ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇପାରେ ବୋଲି ଆଇଏମ୍‌ଡି ଆକଳନ କରିଛି। ଏହା ଉତ୍ତରଦିଗକୁ ଗତି କରି […]

drown
ମହାନଦୀରେ ବୁଡ଼ି ୨ ଭାଇ ମୃତ

ବୌଦ୍ଧ: ବଡ଼ ଭାଇକୁ ବଞ୍ଚାଇବାକୁ ଯାଇ ଚାଲିଗଲା ସାନ ଭାଇର ଜୀବନ। ମହାନଦୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି୨ ଭାଇଙ୍କ ମୃତ୍ୟୁ ଘଟିଛି। ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଅରଖପଦର ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ଉଭୟ ଭାଇଙ୍କ ବୟସ ୧୭ରୁ ୧୮ ବର୍ଷ ମଧ୍ୟରେ ହୋଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଅରଖପଦର ଗାଁ ଦେଇ ଯାଇଥିବା ମହାନଦୀକୁ ଗାଧୋଇବାକୁ ଆଜି ସକାଳେ ଏହି ଦୁଇ ଭାଇ ଯାଇଥିଲେ। ନଦୀରେ ଗାଧୋଉ ଥିବାବେଳେ […]

EXjQ3H-WAAAniMw
ଆଶା, ଅଙ୍ଗନବାଡ଼ି କର୍ମୀଙ୍କୁ କରୋନା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଚିହ୍ନଟ ହୋଇଥିବା ନୂଆ ୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ (ଟିଏମ୍‌ସି)ରେ ନିୟୋଜିତ ହୋଇଥିଲେ। ସେମାନଙ୍କ ମଧ୍ୟରେ ଆଶା କର୍ମୀ, ଅଙ୍ଗନବାଡ଼ି କର୍ମୀ, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ସ୍ୱେଚ୍ଛାସେବୀ ଅଛନ୍ତି। ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ହାଇସ୍କୁଲରେ ହୋଇଥିବା କ୍ୱାରେଣ୍ଟିନ୍‌‌ ସେଣ୍ଟରରେ ଏମାନେ ନିୟୋଜିତ ହୋଇଥିଲେ। ଏମାନଙ୍କ ଠାରେ କରୋନାର କୌଣସି ଲକ୍ଷଣ ପରିଲକ୍ଷିତ ହୋଇ ନ ଥିଲା। ତେବେ ନମୁନା ପରୀକ୍ଷା ପରେ ରିପୋର୍ଟ […]

accident
ଟ୍ରକ୍‌କୁ ଓଭର୍‌ଟେକ୍‌ ବେଳେ ଭୟଙ୍କର ଦୁର୍ଘଟଣା

କେନ୍ଦ୍ରାପଡ଼ା: କାଳ ହେଲା ଓଭର୍‌ଟେକ୍‌ ନିଶା। ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥ ଯଦୁପୁର ଛକ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଆଇରନ୍ ବୋଝେଇ ଟ୍ରକ୍‌ଟି ଆଉ ଏକ ଟ୍ରକ୍‌କୁ ଓଭର୍‌ଟେକ୍‌ କରିବା ସମୟରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଅନ୍ୟ ଏକ ଟ୍ରକ୍‌କୁ ଆଇରନ୍‌ ବୋଝେଇ ଟ୍ରକ୍‌ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଆଇରନ୍‌ ବୋଝେଇ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖୋର୍ଦ୍ଧା ଜିଲ୍ଲା ମୋଟା ଗାଁର ନରହରି ପ୍ରଧାନ। […]