
ଭୁବନେଶ୍ୱର: ପିଇଓ ସ୍ମିତାରାଣୀ ମୃତ୍ୟୁର ସିବିଆଇ ତଦନ୍ତ ଲାଗି ବିଜେପି ଅଡ଼ି ବସିଛି। ଆଜି ମଧ୍ୟ ବିଧାନସଭାରେ ଦଳର ବିଧାୟକମାନେ ଠିଆ ହୋଇ ନିରବ ପ୍ରତିବାଦ କରିଥିଲେ। ସେମାନଙ୍କୁ ବସିବାକୁ ବାଚସ୍ପତି ଅନୁରୋଧ କରିଥିଲେ ମଧ୍ୟ ଏହାକୁ ସେମାନେ ପ୍ରତ୍ୟାଖ୍ୟାନ କରିଥିଲେ ଓ ଶେଷରେ କକ୍ଷତ୍ୟାଗ କରି ବିଧାନସଭା ପରିସରରେ ଥିବା ଗାନ୍ଧିଙ୍କ ପ୍ରତିମୂର୍ତ୍ତି ତଳେ ଧାରଣା ଦେଇଛନ୍ତି ବିଜେପି ବିଧାୟକ। ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ କହିଛନ୍ତି, ‘ଆମର ଯେଉଁ ସ୍ୱରକୁ ଆମେ ଉତ୍ତୋଳନ […]