
ମାଲକାନଗିରି: ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ କମିଥିଲେ ମଧ୍ୟ ସଂପୂର୍ଣ୍ଣ ରୂପେ ବର୍ଷା ଛାଡ଼ି ନାହିଁ। କିଛି ପରିମାଣର ବର୍ଷା କମି ଥିବାରୁ ମାଲକାନଗିରିରେ ପରିସ୍ଥିତି ଧୀରେ ଧୀରେ ସୁଧୁରିବାରେ ଲାଗିଛି। ଜିଲ୍ଲାର ବିଭିନ୍ନ ନଦୀର ଜଳସ୍ତର କମିଛି। ପୋଟେରୁ, କାଙ୍କରମୁଣ୍ଡା ଓ ଏମ୍ ନାଇଣ୍ଟି ଅଞ୍ଚଳରେ ଜଳସ୍ତର କମିଥିବାରୁ ଲୋକଙ୍କୁ ଟିକେ ଆଶ୍ୱସ୍ତି ମିଳିଛି। ସେହିପରି ପ୍ରବଳ ବର୍ଷା ଯୋଗୁ ଜିଲ୍ଲାର କିଛି ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା। ହେଲେ ଏବେ କିଛି ସ୍ଥାନକୁ ଯୋଗାଯୋଗ ମଧ୍ୟ ସମ୍ଭବ […]
ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗୁଡ଼ାରୀ, ବିଷମକଟକ ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ବନ୍ୟା ଜଳରେ ବ୍ରିଜ୍ ବୁଡ଼ିଯାଇଥିବା ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି। ମାଲକାନଗିରି ଜିଲ୍ଲାରେ ପ୍ରାୟ ସମସ୍ତ ବ୍ରିଜ୍ ଉପରେ ବନ୍ୟା ପାଣି ପ୍ରବାହିତ ହେଉଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଯୋଗାଯୋଗ କରାଯିବା ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସୂଚନା ଦେଇଛନ୍ତି। କାଶୀପୁର […]
ନୂଆଦିଲ୍ଲୀ: ସମସ୍ତଙ୍କୁ ପ୍ରେମ, ସ୍ନେହ, ଶ୍ରଦ୍ଧାରେ ବାନ୍ଧିଥିବା ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତ୍ରୀ ସୁଷମା ସ୍ୱରାଜ ଆଉ ନାହାନ୍ତି। ତାଙ୍କ ବିୟୋଗରେ ଆଜି କାନ୍ଦୁଛି ସାରା ଦେଶ। ପ୍ରତ୍ୟେକ ଭାରତୀଙ୍କ ହୃଦୟରେ ସେ ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରି ଯାଇଛନ୍ତି। ସେ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଫୋନ୍ ନମ୍ୱର ବଦଳରେ ସୋଶାଲ ମିଡିଆ ଟ୍ଵିଟରକୁ ହେଲ୍ପ ଲାଇନ ଭାବରେ ବ୍ୟବହାର କରୁଥିଲେ। ସେହିପରି ତାଙ୍କ ସହ ଯୋଡ଼ି ହେବା […]
କଟକ: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆଜି ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ସଭାପତି ଜାହାନ ଆରା ବେଗମ୍ ରେଜଲ୍ଟ ପ୍ରକାଶ କରିଛନ୍ତି। ଏଥର ପାସ୍ ହାର ୪୩.୬୨ ପ୍ରତିଶତ ରହିଛି। ଓପନ୍ ସ୍କୁଲରେ ପାସ୍ ହାର ୬୩.୪୪ ପ୍ରତିଶତ ରହିଛି। ଚଳିତ ବର୍ଷ ମୋଟ୍ ୨୬ହଜାର ୨୦୬ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୧ହଜାର ୪୪୫ଜଣ ପାସ୍ କରିଛନ୍ତି। ଜୁଲାଇ ୨୧ରୁ ଜୁଲାଇ ୨୩ ପର୍ଯ୍ୟନ୍ତ ୨୦ଟି ପରୀକ୍ଷା କେନ୍ଦ୍ରରେ ଖାତା […]
ମାଲକାନଗିରି/ବ୍ରହ୍ମପୁର: ଲଗାଣ ବର୍ଷା ଯୋଗୁ ମାଲକାନଗିରି ଓ ଗଞ୍ଜାମ ଜିଲ୍ଲା ଅଧିକ ପ୍ରଭାବିତ ହୋଇଛି। ଫଳରେ ଏହାକୁ ଦୃଷ୍ଟିରେ ରଖି ଆଜି ଉଭୟ ଜିଲ୍ଲାର ଜିଲ୍ଲାପାଳ ସବୁ ସରକାରୀ ଓ ବେସରକାରୀ ସ୍କୁଲ୍କୁ ଛୁଟି ଘୋଷଣା କରିଛିନ୍ତି। ଲଗାଣ ବର୍ଷା ଯୋଗୁ ମାଲକାନଗିରିରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏପରିକି ଜିଲ୍ଲାର ସବୁ ଛୋଟ ବଡ଼ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। କୋରକୋଣ୍ଡା, କାଙ୍କରକୋଣ୍ଡା ଓ ଏମ୍ଭି ୩୭ ଠାରେ ପୋଲ ଉପରେ ୫ ଫୁଟ […]
ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହୋଇଛି। ଏହା ବାଲେଶ୍ୱର ଉପକୂଳଠାରୁ ୭୦ କିଲୋମିଟର ଦୂର ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି। ଧିରେ ଧିରେ ଏହା ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ […]
ପାରଳାଖେମୁଣ୍ଡି: ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁ ବଂଶଧାରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଗଜପତି ଜିଲ୍ଲାର କାଶୀନଗରଠାରେ ବିପଦ ସଙ୍କେତ ଉପରେ ବଂଶଧାରା ନଦୀର ଜଳସ୍ତର ପ୍ରବାହିତ ହେଉଛି। ବିପଦ ସଂକେତ ୫୪. ୬୦ ମିଟର ଥିବାବେଳେ ୫୫. ୪୦ ମିଟରରେ ପ୍ରବାହିତ ହେଉଛି ବନ୍ୟା ଜଳ। ଫଳରେ କାଶୀନଗର ବ୍ଲକ୍ର ସାରା, ବାଡିଗାଁ, ପୁରୁଟିଗୁଡା, ନୂଆସାରା ସମେତ ୧୮ଟି ଗାଁ ପ୍ରତି ବିପଦ ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଆନ୍ଧ୍ରପ୍ରଦେଶର ଗୋଟା ବ୍ୟାରେଜ୍ର […]
ନୂଆଦିଲ୍ଲୀ: ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତ୍ରୀ ସୁଷମା ସ୍ୱରାଜଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାବପ୍ରବଣ ହୋଇଯାଇଥିବା ଦେଖିବାକୁ ମିଳିଛି। ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ଆଖିରେ ଲୁହ ଦେଖିବାକୁ ମିଳିଥିଲା। ଦିଲ୍ଲୀ ସ୍ଥିତ ଜନ୍ତର ମନ୍ତର ରୋଡ୍ରେ ଥିବା ସୁଷମାଙ୍କ ବାସଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ମୋଦି ନରେନ୍ଦ୍ର ମୋଦି, ବରିଷ୍ଠ ବିଜେପି ନେତା ଲାଲ୍କୃଷ୍ଣ ଆଡ୍ଭାନୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନୋମହନ ସିଂ ପ୍ରମୁଖ ସୁଷମାଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ ସରକାରରେ ବୈଦେଶିକ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିବା ସୁଷମା ସ୍ୱରାଜଙ୍କର ଗତକାଲି ରାତିରେ ୬୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। କାର୍ଡିଆକ୍ ଆରେଷ୍ଟ୍ (ଯେତେବେଳେ ହଠାତ୍ ହୃତ୍ପିଣ୍ଡ ଶରୀରକୁ ରକ୍ତପଠାଇବା ବନ୍ଦ କରି ଦିଏ) ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତରମାନେ କହିଛନ୍ତି। ସେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା। ତେବେ କିଛି ସମୟ ପରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ବୈଦେଶିକ […]
କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ୧୨ ରାଉଣ୍ଡ ଶେଷ ସୁଦ୍ଧା ୧୬, ୧୪୪ ଭୋଟ୍ରେ ବିଜେଡି ଆଗୁଆ ରହିଛି। ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍ଙ୍କୁ ୬୯, ୬୯୬ ଖଣ୍ଡ ଭୋଟ୍ ମିଳିଛି। ସେହିପରି ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୫୩, ୫୫୨ ଖଣ୍ଡ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତିଙ୍କୁ ୧୬୯୩ ଖଣ୍ଡ ଭୋଟ୍ ମିଳିଛି। ଶେଷ ୧୦ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ତାଙ୍କ […]
କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ତେବେ ୧୦ମ ରାଉଣ୍ଡ ଶେଷ ସୁଦ୍ଧା ୧୪, ୯୫୮ ଭୋଟ୍ରେ ବିଜେଡି ଆଗୁଆ ରହିଛି। ୧୦ମ ରାଉଣ୍ଡ୍ରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍ଙ୍କୁ ୫୮, ୯୧୯ ଖଣ୍ଡ ଭୋଟ୍ ମିଳିଛି। ସେହିପରି ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୪୩, ୯୬୧ ଖଣ୍ଡ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତିଙ୍କୁ ୧୫୩୯ ଖଣ୍ଡ ଭୋଟ୍ ମିଳିଛି। ଶୀଘ୍ର ଗଣତି କରି ଦିନ […]
କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ତେବେ ୫ମ ରାଉଣ୍ଡ ଶେଷ ସୁଦ୍ଧା ୮୬୭୩ ଭୋଟ୍ରେ ବିଜେଡି ଆଗୁଆ ରହିଛି। ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍ଙ୍କୁ ୩୦, ୬୦୦ ଖଣ୍ଡ ଭୋଟ୍ ମିଳିଛି। ସେହିପରି ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୨୧, ୯୨୭ ଖଣ୍ଡ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତିଙ୍କୁ ୮୨୦ ଖଣ୍ଡ ଭୋଟ୍ ମିଳିଛି। ଭୋଟ୍ ଗଣତି ପାଇଁ ୧୮ଟି ଟେବୁଲ୍ର […]
କଟକ: କଟକ ଖାନନଗର ପୂଜା ମଣ୍ଡପ ନିକଟରେ ଥିବା ଏକ ମିଠା ଦୋକାନ ଉପରକୁ ବୋମାମାଡ଼ ହୋଇଛି। ଆଜି ସକାଳେ ଏହି ବୋମାମାଡ଼ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଦୁଇ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ମିଠା ଦୋକାନ ଉପରକୁ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ତେବେ କେଉଁ କାରଣରୁ ବୋମାମାଡ଼ ହୋଇଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ବୋମାମାଡ଼ରେ କୌଣସି କ୍ଷୟକ୍ଷତି ହୋଇନାହିଁ। ଘଟଣାସ୍ଥଳରେ ବାଦାମବାଡ଼ି ପୁଲିସ୍ ପହଞ୍ଚି ଘଟଣାର ଖୋଳତାଡ଼ କରୁଛି।
କଟକ: ଗତ ୨୪ ଘଣ୍ଟା ମଧ୍ୟରେ କଟକରେ ୨ଜଣଙ୍କୁ ହତ୍ୟା କରାଯାଇଛି। ଏଥିସହ ଜଣଙ୍କୁ ହତ୍ୟା ଉଦ୍ୟମ ମଧ୍ୟ କରାଯାଇଛି। ଗତକାଲି ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଜି ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଜି ଓଏମ୍ପି ବ୍ରିଜ୍ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ବେକ ଓ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ଜଣାପଡ଼ିଛି। ସେ ଜଣେ ଦିନ ମଜୁରିଆ ହୋଇଥିବା ସୂଚନା ମିଳିଛି। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ […]
କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍ ଗଣତି ଆରମ୍ଭ ହୋଇଛି। ୩୦୯ଟି ବୁଥ୍ ପାଇଁ ୧୭ ରାଉଣ୍ଡ୍ରେ ଭୋଟ୍ ଗଣତି ଚାଲିଛି। ତେବେ ପ୍ରଥମ ରାଉଣ୍ଡ୍ ଭୋଟ୍ ଗଣତି ସରିଛି। ଏହି ରାଉଣ୍ଡ୍ର ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍ ଆଗୁଆ ଅଛନ୍ତି। ସେ ୨ ହଜାର ୯୨୭ ଭୋଟ୍ରେ ଆଗୁଆ ରହିଛନ୍ତି। ତାଙ୍କୁ ୬୭୩୫ ଖଣ୍ଡ ଭୋଟ୍ ମିଳିଛି। ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୩୮୦୮ ଖଣ୍ଡ ଭୋଟ୍ ମିଳିଛି। ପ୍ରଥମ ରାଉଣ୍ଡ୍ ଭୋଟ୍ […]