
ଚିତ୍ରକୋଣ୍ଡା(ରତ୍ନାକର ପ୍ରଧାନ): କଥାରେ ଅଛି ଇଚ୍ଛାଶକ୍ତି ଓ ଦୃଢ ମନୋବଳ ଥିଲେ ସବୁକିଛି ସମ୍ଭବପର ହୋଇଥାଏ। ଏହାକୁ ସତ କରି ଦେଖାଇଛନ୍ତି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ୍ ଅନ୍ତର୍ଗତ ଆର୍ଏସ୍ସି-୦୪ ଗାଁର ଭକ୍ତରାମ ଦୋସ୍ତି। ଆସନ୍ତା ୯ ରୁ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା ଭାରୋତ୍ତଳନ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଭକ୍ତରାମ ଭାରତୀୟ ଦଳରେ ମନୋନୀତ ହୋଇଛନ୍ତି। ଅଷ୍ଟ୍ରେଲିଆ ପ୍ରତିଯୋଗିତାରେ ସଫଳତା ହାସଲ କରିବା ପାଇଁ ଗତ ଜାନୁଆରୀ ୨୦ରୁ ସେ ପଞ୍ଜାବ ପଟିଆଲା ସ୍ଥିତ ଜାତୀୟ […]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଆଜି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟ୍ରେ ହୋଇଥିବା ଘୋଷଣା ଅନୁସାରେ କିଛି ଜିନିଷ ଶସ୍ତା ହେବ, କିଛି ମହଙ୍ଗା ହେବ। ସେହିପରି ଆୟକର ରିଟର୍ଣ୍ଣ ନିୟମରେ ମଧ୍ୟ ପରିବର୍ତ୍ତନ ହେବ। ଆସନ୍ତୁ ଜାଣିବା କଣ ହେବ ମହଙ୍ଗା, କଣ ହେବ ଶସ୍ତା… ମହଙ୍ଗା ହେବ…. ପେଟ୍ରୋଲ ଡିଜେଲ ଆମଦାନୀ ହେଉଥିବା ସୁନା ଓ ମୂଲ୍ୟବାନ ଧାତୁ ଆମଦାନୀ ହେଉଥିବା ବହି ଡିଜିଟାଲ କ୍ୟାମେରା କାଜୁବାଦାମ ଅପ୍ଟିକାଲ୍ ଫାଇବରସ୍ ସିସିଟିଭି ଓ […]
ନୂଆଦିଲ୍ଲୀ: ଏଣିକି ଆୟକର ରିଟର୍ଣ୍ଣ ବେଳେ ଆଧାର ଓ ପାନ୍ କାର୍ଡ ବାଧ୍ୟତାମୂଳକ ହେବନାହିଁ। ଯଦି ଜଣଙ୍କ ପାଖରେ ଆଧାର କାର୍ଡ ରହିଛି, ତା’ହେଲେ ସେ ଆୟକର ରିଟର୍ଣ୍ଣ କରିପାରିବ। ସେହିପରି ଆଧାର ବଦଳରେ ପାନ୍ କାର୍ଡ ଥିଲେ ମଧ୍ୟ ଜଣେ ବ୍ୟକ୍ତି ରିଟର୍ଣ୍ଣ ଦାଖଲ କରିପାରିବ। ଅର୍ଥାତ ଆଧାର ବଦଳରେ ପାନ୍ ଓ ପାନ୍ ବଦଳରେ ଆଧାର ଚଳିବ ବୋଲି ଆଜି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ ବେଳେ ଘୋଷଣା କରିଛନ୍ତି। ଏହାସହିତ ଅର୍ଥମନ୍ତ୍ରୀ […]
ନୂଆଦିଲ୍ଲୀ: ବଢ଼ିବ ପେଟ୍ରାଲ, ଡିଜେଲ ଓ ସୁନା ଦର। ପେଟ୍ରୋଲ ଓ ଡିଜେଲ ଲିଟର ପ୍ରତି ୧ଟଙ୍କା ସେସ୍ ବୃଦ୍ଧି ପାଇଁ ପ୍ରସ୍ତାବ ଦିଆଯାଇଛି। ସେହିପରି ସୁନା ଗହଣା ଉପରେ ମଧ୍ୟ ଉତ୍ପାଦ ଶୁଳ୍କ (କଷ୍ଟମ ଡ୍ୟୁଟି)୧୦ରୁ ୧୨.୫% ବୃଦ୍ଧି ପାଇଁ ମଧ୍ୟ ପ୍ରସ୍ତାବ ଦିଆଯାଇଛି। ଖାଲି ଏତିକି ନୁହେଁ ତମାଖୁ ଓ ତମାଖୁଜାତ ଦ୍ରବ୍ୟ ଉପରେ ଟିକସ ବଢ଼ାଇବାକୁ ଆଜି ବଜେଟ୍ରେ ନିଷ୍ପତ୍ତି ହୋଇଛି।
ନୂଆଦିଲ୍ଲୀ: ଏଣିକି ଆଧାର କାର୍ଡ ପାଇଁ ପ୍ରବାସୀ ଭାରତୀୟଙ୍କୁ ଆଉ ଅଧିକ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଭାରତୀୟ ପାସ୍ପୋର୍ଟ ଥିବା ପ୍ରବାସୀ ଭାରତୀୟ(ଏନ୍ଆର୍ଆଇ)ଙ୍କୁ ଭାରତ ପହଞ୍ଚିବା ପରେ ଆଧାର କାର୍ଡ ଦେବାକୁ ଯୋଜନା କରାଯାଉଛି। ଏନେଇ ବଜେଟ୍ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ସୀତାରମଣ କହିଛନ୍ତି। ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ବର୍ତ୍ତମାନ ଆଧାର କାର୍ଡ ପାଇଁ ପ୍ରବାସୀ ଭାରତୀୟଙ୍କୁ ୧୮୦ ଦିନ ଅପେକ୍ଷା କରିବାକୁ ପଡ଼ୁଛି। ଆହୁରି ମଧ୍ୟ ପଢ଼ନ୍ତୁ: ବଜେଟ୍ରେ ଗ୍ରାମାଞ୍ଚଳର […]
ନୂଆଦିଲ୍ଲୀ: ମୋଦି-୨ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍ରେ ଗ୍ରାମାଞ୍ଚଳ ବିକାଶକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ବଜେଟ୍ର ବ୍ୟବସ୍ଥା ଅନୁଯାୟୀ, ୨୦୨୨ ସୁଦ୍ଧା ଗ୍ରାମାଞ୍ଚଳର ପ୍ରତ୍ୟେକ ପରିବାରକୁ ଏଲ୍ପିଜି ଓ ବିଦ୍ୟୁତ୍ ସଂଯୋଗ ଯୋଗାଇ ଦିଆଯିବ। ସେହିପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ୧.୯୫ କୋଟି ଲୋକଙ୍କ ପାଇଁ ଘର ଯୋଗାଇ ଦିଆଯିବ। ୨୦୧୯-୨୦ ଓ ୨୦୨୧-୨୨ ମଧ୍ୟରେ ଏହି ଲକ୍ଷ୍ୟକୁ ପୂରଣ କରାଯିବ। ଏଭଳି ବାସଗୃହ ପାଉଥିବା ଲୋକଙ୍କୁ ଏଲପିଜି, ବିଜୁଳି ଓ ଟଏଲେଟ୍ ଯୋଗାଇ ଦିଆଯିବ ବୋଲି […]
ନୂଆଦିଲ୍ଲୀ: ଗାଁରେ ଥିବା ସବୁ ଘରକୁ ୨୦୨୨ ସୁଦ୍ଧା ବିଦ୍ୟୁତ୍ ଓ ୨୦୨୪ ସୁଦ୍ଧା ପାନୀୟ ଜଳ ଯୋଗାଣ କରାଯିବ ବୋଲି ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ‘ହର୍ ଘର୍ ଜଲ୍’ ଯୋଜନାରେ ସବୁ ଗାଁକୁ ପାନୀୟ ଜଳ ଯୋଗାଣ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି।ସବୁ ଭାରତୀୟଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇବା ସରକାରଙ୍କ ମୂଳ ଲକ୍ଷ୍ୟ। ଶୁଦ୍ଧ ପାନୀୟ ଜଳ ଯୋଗାଇବା ପାଇଁ ଜଳଶକ୍ତି ମନ୍ତ୍ରାଳୟ କରାଯାଇଛି […]
ନୂଆଦିଲ୍ଲୀ: ତିନି କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ପେନ୍ସନ୍ ମିଳିବ। ଏଥିସହ ବାର୍ଷିକ ୧.୫ କୋଟିରୁ କମ୍ କାରବାର କରୁଥିବା ଦୋକାନୀଙ୍କୁ ମଧ୍ୟ ପେନ୍ସନ୍ ମିଳିବ। ଏନେଇ ଆଜି ସଂସଦରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି। ପ୍ରଧାନମନ୍ତ୍ରୀ କର୍ମଯୋଗୀ ମାନଧନ ଯୋଜନାରେ ଏହି ପେନ୍ସନ୍ ମିଳିବ। ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସରକାରଙ୍କ ମୂଳ ଲକ୍ଷ୍ୟ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ଦେଶରେ ଏବେ ୬୫୭କି.ମି. ମେଟ୍ରୋ […]
ନୂଆଦିଲ୍ଲୀ: ସଂସଦରେ ଆଜି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦୀର୍ଘ ୫୦ ବର୍ଷ ପରେ ଜଣେ ମହିଳା ଅର୍ଥମନ୍ତ୍ରୀ ସଂସଦରେ ବଜେଟ୍ ଉପସ୍ଥାପନ କରୁଛନ୍ତି। ବଜେଟ୍ ଉପସ୍ଥାପନ ପୂର୍ବରୁ ଅର୍ଥମନ୍ତ୍ରୀଙ୍କ ହାତରେ ବ୍ରିଫ୍କେସ୍ ବଦଳରେ ‘ବହି-ଖାତା’ ଧରି ଥିବା ଦେଖିବାକୁ ମିଳିଥିଲା। ବହି-ଖାତା ଭାରତୀୟ ସଂସ୍କୃତିର ପ୍ରତୀକ ବୋଲି କୁହାଯାଏ। ତେଣୁ ପାଶ୍ଚାତ୍ୟ ବ୍ରିଫ୍କେସ୍ ବ୍ୟବସ୍ଥା ଛାଡ଼ି ସରକାର ବହି-ଖାତା ଆପଣାଇଥିବା ଜଣାପଡ଼ିଛି। ବଜେଟ୍ ବେଳେ ସାଧାରଣତଃ ଦେଖିବାକୁ ମିଳେ ଯେ, ଅର୍ଥମନ୍ତ୍ରୀ […]
ବ୍ରହ୍ମପୁର: ବ୍ରହ୍ମପୁର ସହରର ଗେଟ୍ ବଜାର ନିକଟରେ ଖୋଲିଲା ରାଜ୍ୟର ପ୍ରଥମ ଦୁଗ୍ଧ ଏଟିଏମ୍ କାଉଣ୍ଟର। ବ୍ରହ୍ମପୁର ବିଧାୟକ ଓ ଗଞ୍ଜାମ ଜିଲ୍ଲାପାଳ ଏହାକୁ ଉଦ୍ଘାଟନ କରିଛନ୍ତି। ଏଠାରେ ୧୦ରୁ ୪୦ ଟଙ୍କାରେ ଲୋକେ କ୍ଷୀର ପାଇପାରିବେ। ପ୍ରଥମେ ପରୀକ୍ଷାମୂଳକ ଭାବେ ଗୋଟିଏ କାଉଣ୍ଟର ଆରମ୍ଭ କରାଯାଇଥିବା ବେଳେ ଆଗକୁ ସହରରେ ୧୦ଟି କାଉଣ୍ଟର ଖୋଲାଯିବ। ୨୦୧୪ରୁ ଚାଷୀଙ୍କ ନିକଟରୁ କ୍ଷୀର କିଣିବା ଦର ରାଜ୍ୟ ସରକାର ବୃଦ୍ଧି କରିନାହାନ୍ତି। ଫଳରେ ସିଧାସଳଖ ମାର୍କେଟରେ କ୍ଷୀର ବିକ୍ରି […]
ନୂଆଦିଲ୍ଲୀ: ଜଣେ ଇଞ୍ଜିନିୟରଙ୍କ ଉପରେ କାଦୁଅ ଫିଙ୍ଗିବା ସହ ଖୁଣ୍ଟରେ ବାନ୍ଧିବା ଘଟଣା ମହାରାଷ୍ଟ୍ରର କଂଗ୍ରେସ ବିଧାୟକଙ୍କୁ ମହଙ୍ଗା ପଡ଼ିଛି। ସରକାରୀ ଅଫିସରଙ୍କୁ ଦୁର୍ବ୍ୟବହାର ଏବଂ ଆକ୍ରମଣ ଅଭିଯୋଗରେ କଂଗ୍ରେସ ବିଧାୟକ ନିତେଶ ରାଣେ ଓ ତାଙ୍କ ଦୁଇ ଜଣ ସମର୍ଥକଙ୍କୁ ପୁଲିସ୍ ଗିରଫ କରିଛି। ବିଧାୟକ ନିତେଶ ପୁଲିସ୍ ନିକଟରେ ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ବିଧାୟକ ଓ ତାଙ୍କ ୪୦ରୁ ୫୦ ଜଣ ସମର୍ଥକଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ସୂଚନାଯୋଗ୍ୟ, ମୁମ୍ୱାଇ-ଗୋଆ ହାଇୱେ ନିକଟରେ […]
ବାରିପଦା(ମାଣିକ ଲାଲ ପାଣି): ବାରିପଦା ରଥଯାତ୍ରାର ରହିଛି ଅନନ୍ୟ ପରମ୍ପରା। ସବୁଠି ଗତକାଲି ରଥ ଟଣାଯାଇଥିବା ବେଳେ ବାରିପଦାରେ ଆଜି ଟଣାଯିବା ରଥ । ନୀତି ଓ ପରମ୍ପରା ଅନୁଯାୟୀ, ଗତକାଲି ଏଠାରେ ରଥ ପ୍ରତିଷ୍ଠା କରାଯାଇଥିଲା। ମା’ ଅମ୍ବିକାଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିବା ପରେ ରଥ ପ୍ରତିଷ୍ଠା କରାଯାଇଥିଲା। ଏହାପରେ ଚତୁର୍ଦ୍ଧାମୂର୍ତ୍ତି ପହଣ୍ଡି ବିଜେ କରି ରଥାରୂଢ ହୋଇଥିଲେ। ଧାଡ଼ି ପହଣ୍ଡିରେ ଆସି ପ୍ରଥମେ ଶ୍ରୀ ବଳଭଦ୍ର, ତା’ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ […]
ସୋର: ଦୁଇ ନାବାଳିକା ଭଉଣୀଙ୍କୁ ସମ୍ପର୍କୀୟ ଭାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନାରେ ଏନେଇ ପୀଡ଼ିତାଙ୍କ ପରିବାର ଅଭିଯୋଗ କରିଛନ୍ତି। ଏତଲାରେ ହୋଇଥିବା ଅଭିଯୋଗ ଅନୁସାରେ ଅଭିଯୁକ୍ତ ଦୁଇ ନାବାଳିକା ଭଉଣୀଙ୍କୁ ଚକୋଲେଟ୍ ଲୋଭ ଦେଖାଇ ସେମାନଙ୍କ ସହ ଦୁଷ୍କର୍ମ କରିଥିଲା। ପରେ ଦୁଇ ଭଉଣୀ ଅସୁସ୍ଥ ହେବାରୁ ଘଟଣା ସମ୍ପର୍କରେ ଘରେ ଜଣାଇଥିଲେ। ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୀଡ଼ିତାଙ୍କ ପରିବାର ପକ୍ଷରୁ ଦାବି ହୋଇଛି। […]
ନୂଆଦିଲ୍ଲୀ: ସରକାରୀ କର୍ମଚାରୀଙ୍କ ପାଇଁ ଖୁବ୍ ଶୀଘ୍ର ଆସିବାକୁ ଯାଉଛି ଖୁସି ଖବର। ଆଜି ସାଧାରଣ ବଜେଟ୍ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସରକାରୀ କର୍ମଚାରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିପାରନ୍ତି। ସରକାରୀ କର୍ମଚାରୀଙ୍କ ଅବସର ବୟସ ବଢ଼ାଇବା ପାଇଁ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା ପ୍ରଫେସର କେଭି ସୁବ୍ରମନ୍ୟନ୍ ଇକନମିକ୍ ସର୍ଭେରେ ଅବସର ସୀମା ବଢ଼ାଇବାର ପ୍ରସ୍ତାବ ଦେଇଛନ୍ତି। ସେ ପ୍ରସ୍ତାବରେ କହିଛନ୍ତି, ହାରାହାରି ଆୟୁ […]
ପୁରୀ: ଶରଧାବାଲିରେ ରଥ ଉପରେ ଥାଇ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ଆଜି ଅପରାହ୍ନ ପର୍ଯ୍ୟନ୍ତ ଚତୁର୍ଦ୍ଧା ମୂର୍ତ୍ତି ରଥ ଉପରେ ରହିବେ। ଅପରାହ୍ନରେ ତିନି ଠାକରଙ୍କୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରାଯିବ। ଏନେଇ ସମୟ ଧାର୍ଯ୍ୟ ହୋଇ ନ ଥିଲେ ମଧ୍ୟ ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚତୁର୍ଦ୍ଧା ମୂର୍ତ୍ତି ଆଡ଼ପ ମଣ୍ଡପକୁ ବିଜେ କରିପାରନ୍ତି ବୋଲି ଜଣାପଡ଼ିଛି। ଆଡ଼ପମଣ୍ଡପକୁ ବିଜେ ପରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲିଠାରୁ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ। […]
ନୂଆଦିଲ୍ଲୀ: ଆଜି ଆସିବ ପୂର୍ଣ୍ଣାଙ୍ଗ ସାଧାରଣ ବଜେଟ୍। ଦୀର୍ଘ ୫୦ ବର୍ଷ ପରେ ଜଣେ ମହିଳା ଅର୍ଥମନ୍ତ୍ରୀ ସଂସଦରେ ବଜେଟ୍ ଉପସ୍ଥାପନ କରିବେ। ନିଜ ପେଡ଼ିରେ କ’ଣ ରଖିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବେ ତା’ ଉପରେ ସମସ୍ତଙ୍କ ନଜର। କାରଣ ଅର୍ଥମନ୍ତ୍ରୀଙ୍କ ଆଗରେ ରହିଛି ଅନେକ ଚ୍ୟାଲେଞ୍ଜ। ୪୫ ବର୍ଷରେ ବେକାରୀ ସର୍ବୋଚ୍ଚ ସୀମାରେ ପହଞ୍ଚିଛି। କେବଳ ଗତ ଆର୍ଥିକ ବର୍ଷର ଶେଷ ତ୍ରୈମାସରେ ୫.୮ ପ୍ରତିଶତକୁ ଅଭିବୃଦ୍ଧି ହାର ଖସି ଆସିଥିଲା। ଫଳରେ […]
ପିପିଲି: ଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ଦିନ ପୁରୀ ଯିବାକୁ ଥିବା କୌଣସି ଗାଡ଼ିରୁ ପିପିଲି ଟୋଲ୍ ଗେଟ୍ରେ ଫି’ ଆଦାୟ କରାଯିବ ନାହିଁ ବୋଲି ସରକାର ନିଷ୍ପତ୍ତି ନେଇଥିଲେ। ହେଲେ ଆଜି ପିପିଲି ଟୋଲ୍ ଗେଟ୍ରୁ ଫି’ ଆଦାୟ କରାଯାଇଥିବା ଅଭିଯୋଗ ହୋଇଛି। ପୁରୀ ଯାଉଥିବା ଭକ୍ତମାନେ ଗେଟ୍ରେ ଫି’ ଦେଉଥିବା ଦେଖିବାକୁ ମିଳିଛି। ରଥଯାତ୍ରା ଦେଖିବାକୁ ପୁରୀ ଯାଉଥିବା ଜଣେ ଭକ୍ତ କହିଛନ୍ତି,“ଆମେ କନ୍ଧମାଳରୁ ଶ୍ରୀଜିଉଙ୍କ ଗୁଣ୍ଡିଚା ଯାତ୍ରା ଦେଖିବାକୁ ଆସିଥିଲୁ। ପିପିଲି ଟୋଲ୍ […]