/odishatv-khabar/media/post_attachments/uploadimage/library/16_9/16_9_0/IMAGE_1722218942.jpg)
road accident
କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ କାଉଡ଼ିଆଙ୍କ ଉପରେ ମାଡ଼ିଯିବା ପରେ ଏକ ପିକଅପ ଭ୍ୟାନକୁ ଧକ୍କା ଦେଇଥିଲା କାର । ଘଟଣା ସ୍ଥଳରେ ଜଣେ ମହିଳା କାଉଡ଼ିଆଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।
ନିଶ୍ଚିନ୍ତକୋଇଲି ତହସିଲ ଛକ ନିକଟରେ ବାବୁଜଙ୍ଗରୁ ପାଣି ଉଠାଇ ଏକ ୩୭ଜଣିଆ କାଉଡ଼ିଆ ଭକ୍ତ ପାଇକରାପୁର ସିଦ୍ଧେଶ୍ୱର ମହାଦେବଙ୍କ ପାଖକୁ ପାଣି ନେଇ ଯାଉଥିବା ବେଳେ ଏଭଳି ଅଘଟଣ ଘଟିଛି। ମୃତ ମହିଳା କାଉଡିଆ ଜଣଙ୍କ ହେଉଛନ୍ତି ବସପଦା ଜିହ୍ନିପୁରର ଚିନ୍ମୟୀ ବେହେରା । ଦୁର୍ଘଟଣା ଘଟାଇଥିବା କାର ଡ୍ରାଇଭରକୁ ଅଟକ ରଖି ନିଶ୍ଚିନ୍ତକୋଇଲି ପୋଲିସ ତଦନ୍ତ କରୁଛି ।
ଅଧିକ ପଢନ୍ତୁ : ଶ୍ରାବଣରେ ଅଘଟଣ; ଜଳଲାଗି ପୂର୍ବରୁ ନଦୀରେ ବୁଡ଼ି କାଉଡ଼ିଆ ମୃତ
#କାଉଡ଼ିଆଙ୍କ_ଉପରେ_ମାଡ଼ିଗଲା_କାର୍
-ସାଲେପୁର: କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର୍, ଜଣେ ମୃତ
-୨ ଗୁରୁତର କାଉଡ଼ିଆଙ୍କୁ କଟକ ଏସ୍ସିବି ମେଡିକାଲ୍କୁ ସ୍ଥାନାନ୍ତର
-ନିଶ୍ଟିନ୍ତକୋଇଲି ତହସିଲ ଛକ ବାବୁଜଙ୍ଗରୁ ପାଣି ନେଇ ପାଇକରାପୁର ଯାଉଥିଲେ
-୩୭ ଜଣ କାଉଡ଼ିଆ ମିଶି ଯାଉଥିଲେ, ଅଭିଯୁକ୍ତ କାର୍ ଡ୍ରାଇଭର ଅଟକ#Accident#Salepur… pic.twitter.com/tKJm2R6DxV— ଓଟିଭି (@otvkhabar) July 29, 2024
ଆଜି ଶ୍ରାବଣର ଦ୍ବିତୀୟ ସୋମବାର। ରାଜ୍ୟର ବିଭିନ୍ନ ଶୈବପୀଠ ମାନଙ୍କରେ ଜଳ ଲାଗି କରୁଛନ୍ତି କାଉଡିଆ । ପ୍ରଭୁ ଲିଙ୍ଗରାଜ, ବାବା ଧବଳେଶ୍ବର, ବାବା ଆଖଣ୍ଡଳମଣିଙ୍କ ପୀଠରେ ଶତାଧିକ ବୋଲବମ୍ ଭକ୍ତ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରୁଛନ୍ତି।
ବୋଲ୍ ବମ୍ ନାରାରେ କମ୍ପୁଛି ମନ୍ଦିର ପରିସର। ମନ୍ଦିର ମାଳିନୀ ଏକାମ୍ର କ୍ଷେତ୍ରର ବିଭିନ୍ନ ମନ୍ଦିରରେ ଭିଡ ହୋଇଥିଲେ ବି ସବୁଠୁ ଅଧିକ ଭିଡ ଲାଗିଛି ପ୍ରଭୁ ଲିଙ୍ଗରାଜଙ୍କ ପାଖରେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)