• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଅଟୋ । ଏହି ଦୁର୍ଘଟଣାରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଛି । ରାୟଗଡା ଜିଲ୍ଲା ସାଙ୍କେଶ ନିକଟରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଥଇବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ରାୟଗଡା ଜିଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ ଆଜି ସକାଳୁ ଗୁମ୍ମା ଓ କିଆପାଡୁ ଗାଁର ପ୍ରାୟ ୧୮ ଜଣ ମହିଳା ଶ୍ରମିକ ରାୟଗଡା ଆସୁଥିଲେ । ତେବେ ୩୨୬ ନମ୍ବର ଜାତୀୟ ରାଜପଥର ସାଙ୍କେଶ ନିକଟରେ ଅଟୋଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଦୁର୍ଘଟଣାରେ ପ୍ରାଣ ହରାଇଥିବା ମହିଳା ଶ୍ରମିକ କିଆପାଡୁ ଗାଁର ତୁଳସି ମିଣିଆକା ବୋଲି ଜଣାପଡିଛି । ଦୁର୍ଘଟଣାଗ୍ରସ୍ତ ଲୋକଙ୍କୁ ସ୍ଥାନୀୟ ଲୋକେ ଓ ପୋଲିସ୍‌ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ରାୟଗଡା ଏସପିଙ୍କ ସହ ଅନ୍ୟ ପ୍ରଶାସନିକ ଅଧିକାରୀ ମେଡିକାଲ ଯାଇ ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ... ।

ସେପଟେ ପିପିଲିରେ ଏକ ବସକୁ ପିଟିଲା ଟ୍ରାକ୍ଟର । ପିପିଲି ଟୋଲଗେଟ୍ ନିକଟରେ ଘଟିଛି ଏପରି ଦୁର୍ଘଟଣା । ତେବେ ସୌଭାଗ୍ୟ ବଶତଃ ଅଳ୍ପକେ ବର୍ତ୍ତିଯାଇଛନ୍ତି ୫୦ ତୀର୍ଥଯାତ୍ରୀ । ପୁରୀରୁ ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ଖବର ପାଇ ପିପିଲି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ... ।