Advertisment

ବାଟରେ ଜଗିଥିଲା ଯମ; ଖାଇକୁ ଖସିଲା ଟ୍ୟାକ୍ସି, ଆଖିବୁଜିଲେ ୧୦ଯାତ୍ରୀ

ଜମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ଲାଗି ରହିଛି। ଏହାରି ଭିତରେ ଉଦ୍ଧାରକାରୀ ଟିମ୍ ସମସ୍ତ ମୃତଦେହ ଉଦ୍ଧାର କରିଛନ୍ତି। ମୃତକଙ୍କ ମଧ୍ୟରୁ ୨ଜଣଙ୍କର ପରିଚୟ ସ୍ପଷ୍ଟ ହୋଇଛି।

ଅଦ୍ୟତନ ହୋଇଛି
 Taxi Accident On Jammu-Srinagar Highway

taxi rolls down gorge

Advertisment

ଜାମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା। ଏକ ଟ୍ୟାକ୍ସି ଖାଇକୁ ଖସିପଡିବା ପରେ ୧୦ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବିଳମ୍ୱିତ ରାତିର ରାମବନର ବ୍ୟାଟେରୀ ଚାଶମା ନିକଟରେ ଏହି ଦୁର୍ଘଟଣା ଘଟିଛି।

Advertisment

ସୂଚନା ଅନୁସାରେ, ଟ୍ୟାକ୍ସିରେ ୧୦ଜଣ ଯାତ୍ରୀ ଥିଲେ। ବିଳମ୍ୱିତ ରାତି ପ୍ରାୟ ୧ଟା ୧୫ରେ ସେମାନେ ଶ୍ରୀନଗରରୁ ଜମ୍ମୁ ଅଭିମୁଖେ ଯାଉଥିଲେ। ଏହି ସମୟରେ ଟ୍ୟାକ୍ସିଟି ଭାରସାମ୍ୟ ହରାଇ ଖାଇକୁ ଖସି ପଡିଥିଲା। ସ୍ଥାନୀୟ ପୋଲିସ୍, ରାଜ୍ୟ ବିପର୍ଯ୍ୟୟ ମୁକାବିଲା ଫୋର୍ସ (SDRF) ଏବଂ ରାମବନର ସିଭିଲ୍ କୁଇକ୍ ରେସପନ୍ସ ଟିମ୍ (QRT) ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ।

Advertisment

ଜମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା ଲାଗି ରହିଛି। ଏହାରି ଭିତରେ ଉଦ୍ଧାରକାରୀ ଟିମ୍ ସମସ୍ତ ମୃତଦେହ ଉଦ୍ଧାର କରିଛନ୍ତି। ମୃତକଙ୍କ ମଧ୍ୟରୁ ୨ଜଣଙ୍କର ପରିଚୟ ସ୍ପଷ୍ଟ ହୋଇଛି। ଜମ୍ମୁର କାର୍ ଡ୍ରାଇଭର ବଲୱାନ ସିଂ ଓ ବିହାରର ପଶ୍ଚିମ ଚମ୍ପାରନର ବିପିନ ମୁଖିଆଙ୍କ ପରିଚୟ ମିଳିଛି। ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଦୁର୍ଘଟଣା କିପରି ଘଟିଲା ସେନେଇ ତଦନ୍ତ ଜାରି ରହିଛି।

Road Accident Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ