Advertisment

Road Accident: ରାସ୍ତାକଡ଼କୁ ଓଲଟିଲା ସ୍କୁଲ ଭ୍ୟାନ୍ ; ୧୦ରୁ ଅଧିକ ପିଲା ଆହତ

ଆଜି ସକାଳେ ସ୍କୁଲ ଭ୍ୟାନଟି ପିଲାମାନଙ୍କୁ ନେଇ ଆସୁଥିଲା। ଏହି ସମୟରେ ଚଢେଇଭୋଳ ରାସ୍ତାର ଭଅଁରା ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୧୯ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଅଦ୍ୟତନ ହୋଇଛି
Accident

Accident

Advertisment

ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଲା ସ୍କୁଲ ଭ୍ୟାନ। ଦୁର୍ଘଟଣାରେ ୧୦ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଚଢେଇଭୋଳ ରାସ୍ତାର ଭଅଁରା ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ଗାଡ଼ି ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Advertisment

ଅଧିକ ପଢ଼ନ୍ତୁ:  ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌

ଆଜି ସକାଳେ ସ୍କୁଲ ଭ୍ୟାନଟି ପିଲାମାନଙ୍କୁ ନେଇ ଆସୁଥିଲା। ଏହି ସମୟରେ ଚଢେଇଭୋଳ ରାସ୍ତାର ଭଅଁରା ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୧୯ରୁ ଅଧିକ ଛାତ୍ରଛାତ୍ରୀ ଆହତ ହୋଇଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଡ୍ରାଇଭରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବିରେ କରଞ୍ଜିଆ ଚଢେଇଭୋଳ ରାସ୍ତା ଅବରୋଧ କରିଥିଲେ ଉତ୍ତ୍ୟକ୍ତ ଲୋକେ। ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Advertisment

ଅଧିକ ପଢ଼ନ୍ତୁ: ରାସ୍ତାରେ ଲୋଟିଛି ସାଇକେଲ୍... ଆଗରେ ଝୁଲିଛି ବିସ୍କୁଟ ଜରି...

Road Accident Accident Karanjia
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ