• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sujit kumar Swain

ଗଞ୍ଜାମ ପାତ୍ରପୁର ବ୍ଲକ ଅମୁଣ୍ଡିରେ ଅଘଟଣ । ଗ୍ୟାସ ସିଲିଣ୍ଡର ଫାଟି ୧୧ ଜଣ ଆହତ ହୋଇଥିବା ବେଳେ, ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଅଛନ୍ତି । ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟା ସମୟରେ ରୋଷେଇ ଚାଲିଥିବା ବେଳେ, ପ୍ରଶାନ୍ତ କୁମାର ବେହେରାଙ୍କ ଘରେ ଗ୍ୟାସ ଲିକ ହୋଇ ପ୍ରଥମେ ନିଆଁ ଲାଗିଥିଲା । ସାହି ପଡୋଶୀଙ୍କୁ ଡାକି ନିଆଁ ଲିଭାଇବାକୁ ଚେଷ୍ଟା କରିବା ସମୟରେ, ଗ୍ୟାସ ସିଲିଣ୍ଡରଟି ଫାଟି ଯାଇଥିଲା ।

ଏହି ବିସ୍ଫୋରଣ ଫଳରେ ୧୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସେମାନଙ୍କୁ ପ୍ରଥମେ ଗଞ୍ଜାମ ଚିକିଟି ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ, ୪ ଜଣ ଗୁରୁତରଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ପଠାଯାଇଛି। ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ପୋଲିସ ଘଟଣାର ତଦନ୍ତ କରୁଛି।  

OTV is now on Whatsapp

Join and get latest news update delivered to you via whatsapp

Join Now