Advertisment

Deadly Road Accident in Raipur: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୩ ମୃତ

ଛତିଶଗଡ଼ର ରାୟପୁରରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମିନି ଟ୍ରକ୍‌କୁ ଟ୍ରେଲର ଧକ୍କା ଦେବାରୁ ୯ ମହିଳାଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
Accident

Accident

ଛତିଶଗଡ଼ର ରାୟପୁରର ଖରୋରା ଅଞ୍ଚଳରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମିନି ଟ୍ରକ୍‌କୁ ଟ୍ରେଲର ଧକ୍କା ଦେବାରୁ ୯ ମହିଳାଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ମହିଳା ଓ ଛୋଟ ପିଲା ଥିବା ଜଣାଯାଇଛି।

Advertisment

ଅଧିକ ପଢ଼ନ୍ତୁ: ଭୟଙ୍କର ଦୁର୍ଘଟଣା: PCR ଭ୍ୟାନକୁ ଚାପିଦେଲା ହାଇୱା, ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ...

ଛତି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ସମସ୍ତେ ବନାରସୀ ଯାଇଥିଲେ। କାର୍ଯ୍ୟକ୍ରମରେ ଯୋଗ ଦେଇ ସମସ୍ତେ ଗତକାଲି ବିଳମ୍ବିତ ରାତିରେ ଛତିଶଗଡ଼ ଫେରୁଥିଲେ। ଏହି ସମୟରେ ରାୟପୁରର ଖରୋରା  ନିକଟରେ ମିନି ଟ୍ରକ୍‌କୁ ଟ୍ରେଲର ଧକ୍କା ଦେଇଥିଲା। ଦୁର୍ଘଟଣାରେ ୯ ମହିଳାଙ୍କ ସମେତ ୧୩ ଜଣଙ୍କର ମୃତ୍ୟୁ ଘଟିଥିଲା।

Advertisment

ଏଥିସହ ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଛନ୍ତି ।ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ମୃତାହତଙ୍କ ସଂଖ୍ୟା ବଢ଼ିପାରେ ଆଶଙ୍କା କରାଯାଇଛି। ପୋଲିସ ଦୁର୍ଘଟଣାଗସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

ଅଧିକ ପଢ଼ନ୍ତୁ: ରାଜଧାନୀରେ ଭୁଶୁଡ଼ିଲା ଚାରି ମହଲା କୋଠା, ୪ ମୃତ

Road Accident Chhattisgarh
Advertisment
Advertisment