Advertisment

ଚାପ ଖେଳ ବେଳେ ବାଣ ବିସ୍ଫୋରଣ; ଚାଲିଗଲା ୩ଜୀବନ

ବିସ୍ଫୋରଣରେ ୨୫ରୁ ଅଧିକ ଆହତ ହୋଇଥିବା ବେଳେ ବିଭିନ୍ନ ମେଡିକାଲରେ ଚିକିତ୍ସା କରାଯାଉଛି। କଟକ ଏସସିବିରେ ୬ ଜଣ ଚିକିତ୍ସାଧିନ ଅଛନ୍ତି। ସେହିପରି ଭୁବନେଶ୍ବରରେ ଘରୋଇ ହସ୍ପିଟାଲରେ ଚାଲିଛି ଅନେକ ଆହତଙ୍କ ଚିକିତ୍ସା।

author-image
Sonali Ojha
ଅଦ୍ୟତନ ହୋଇଛି
Puri Jagannath Firecracker Blast

Chapa khela

ପୁରୀ ଚନ୍ଦନ ପୁଷ୍କରିଣୀରେ ଚାପ ଖେଳ ବେଳେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି। କଟକ ଏସସିବି ମେଡିକାଲରେ ଜଣେ ଏବଂ ଭୁବନେଶ୍ବରର ଦୁଇ ଘରୋଇ ମେଡିକାଲରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ନାବାଳକ ଥିବା ସୂଚନା ମିଳିଛି।

Advertisment

ବିସ୍ଫୋରଣରେ ୨୫ରୁ ଅଧିକ ଆହତ ହୋଇଥିବା ବେଳେ ବିଭିନ୍ନ ମେଡିକାଲରେ ଚିକିତ୍ସା କରାଯାଉଛି। କଟକ ଏସସିବିରେ ୬ ଜଣ ଚିକିତ୍ସାଧିନ ଅଛନ୍ତି। ସେହିପରି ଭୁବନେଶ୍ବରରେ ଘରୋଇ ହସ୍ପିଟାଲରେ ଚାଲିଛି ଅନେକ ଆହତଙ୍କ ଚିକିତ୍ସା। ଗତକାଲି ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ବାଣ ଫୁଟା ଯାଉଥିଲା। ଏହି ସମୟରେ ବାଣ ଫୁଟି ଅଘଟଣ ଘଟିଥିବା କୁହାଯାଉଛି।

ଆହତଙ୍କୁ ପ୍ରଥମେ ପୁରୀ ମେଡିକାଲ ନିଆଯାଇଥିଲା। ମାତ୍ର ସେଠାରେ ବର୍ଣ୍ଣ ୟୁନିଟ୍ ନଥିବାରୁ ଆହତଙ୍କୁ କଟକ ଏବଂ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଥିଲା। ଗତକାଲି ରାତିରେ ମହାପ୍ରଭୁଙ୍କର ଚାପ ଖେଳ ଚାଲିଥିଲା। ହଠାତ୍ ନରେନ୍ଦ୍ର ପୁଷ୍କରିଣୀର ଦେବୀଘାଟ ପଟେ ବାଣ ବିସ୍ଫୋରଣ ହୋଇଥିଲା। ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆହତଙ୍କ ସର୍ମ୍ପକୀୟଙ୍କ କାନ୍ଦ ବୋବାଳିରେ ଫାଟି ପଡ଼ୁଥିଲା ମେଡିକାଲ ପରିସର ।

Advertisment

ଏହି ଘଟଣା ପରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଟୁଇଟ୍ କରି ସେ ଲେଖିଛନ୍ତି, ପୁରୀ ନରେନ୍ଦ୍ର ପୁଷ୍କରିଣୀ ନିକଟରେ ଘଟିଥିବା ଅଘଟଣ ବିଷୟରେ ଜାଣି ଦୁଃଖିତ। ଆହତମାନଙ୍କ ଉତ୍ତମ ଚିକିତ୍ସା ସୁନିଶ୍ଚିତ କରିବା ସହ ବ୍ୟବସ୍ଥାର ତଦାରଖ ପାଇଁ ମୁଖ୍ୟ ଶାସନ ସଚିବ ଓ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆହତମାନଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ବହନ କରାଯିବ। ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରୁଛି।

ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳ ବେଳେ ଅଭାବନୀୟ ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ଶୋକସନ୍ତପ୍ତ ପରିବାର ପ୍ରତି ସେ ଗଭୀର ସମବେଦନା ଜଣାଇବା ସହ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Fire Mishap Fire Crackers Chapa Khela
Advertisment
Advertisment