/odishatv-khabar/media/post_attachments/uploadimage/library/16_9/16_9_0/IMAGE_1686845374.jpg)
Bike Accident
ଆନନ୍ଦପୁର ଶାଳଚୁଆ ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।
Advertisment
ସୂଚନା ମୁତାବକ ଦୁଇ ବାଇକ୍ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ରଜ ପାଇଁ କୌଣସି କମରେ ଯାଉଥିବାବେଳେ ଏହି ଅଘଟଣ ଘଟିଥିବା କୁହାଯାଉଛି । ଦୁଇଟି ଯାକ ବାଇକ୍ ଦ୍ରୁତ ଗତିରେ ଯାଉଥିବା ବେଳେ ପରସ୍ପର ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ବାଇକ୍ ଆରୋହୀମାନେ ଛିଟ୍କି ପଡ଼ିଥିଲେ । ତେବେ ମୃତାହତ ଯୁବକ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା ମିଳିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)