Advertisment

ଦୁଇ ବାଇକ୍‌ ମଧ୍ୟରେ ଧକ୍କା; ୩ ମୃତ, ୨ ଗୁରୁତର

ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

Bike Accident

Bike Accident

Advertisment

ଆନନ୍ଦପୁର ଶାଳଚୁଆ ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ଉଦ୍ଧାର କରାଯାଇ ପ୍ରଥମେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

Advertisment

ସୂଚନା ମୁତାବକ ଦୁଇ ବାଇକ୍ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି । ରଜ ପାଇଁ କୌଣସି କମରେ ଯାଉଥିବାବେଳେ ଏହି ଅଘଟଣ ଘଟିଥିବା କୁହାଯାଉଛି । ଦୁଇଟି ଯାକ ବାଇକ୍ ଦ୍ରୁତ ଗତିରେ ଯାଉଥିବା ବେଳେ ପରସ୍ପର ମଧ୍ୟରେ ଧକ୍କା ହୋଇଥିଲା । ଫଳରେ ବାଇକ୍‌ ଆରୋହୀମାନେ ଛିଟ୍‌କି ପଡ଼ିଥିଲେ । ତେବେ ମୃତାହତ ଯୁବକ ସ୍ଥାନୀୟ ଅଞ୍ଚଳର ହୋଇଥିବା ସୂଚନା ମିଳିଛି ।

2 Injured Accident Bike Accident 3 Killed
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ