NH 55 ପଞ୍ଚମହଲାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୩ ବାଇକ ଆରୋହୀଙ୍କ ଜୀବନ

ସୂଚନା ଅନୁଯାୟୀ ୩ ଜଣ ଯୁବକ ଏକ ବାଇକରେ ଅନୁଗୁଳ ଆଡ଼କୁ ଆସୁଥିବା ବେଳେ ପଞ୍ଚମହଲା ନିକଟରେ ଏକ ଟ୍ରକ ସେମାନଙ୍କୁ ପଛରୁ ଧକ୍କା ଦେବା ସହ କିଛି ବାଟ ଘୋଷାଡି ନେଇଥିଲା ।

Accident

ଟ୍ରକ୍ ଧକ୍କାରେ ୩ ବାଇକ ଆରୋହୀଙ୍କ ମୃତ୍ୟୁ । ଅନୁଗୁଳର ୫୫ ନମ୍ବର ଜାତୀୟ ରାଜପଥ ପଞ୍ଚମହଲା ନିକଟରେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଏକ ମାଲବାହୀ ଟ୍ରକ ବାଇକକୁ ପଛପଟୁ ଧକ୍କା ଦେବାରୁ ଘଟଣା ସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ସୂଚନା ଅନୁଯାୟୀ ୩ ଜଣ ଯୁବକ ଏକ ବାଇକରେ ଅନୁଗୁଳ ଆଡ଼କୁ ଆସୁଥିବା ବେଳେ ପଞ୍ଚମହଲା ନିକଟରେ ଏକ ଟ୍ରକ ସେମାନଙ୍କୁ ପଛରୁ ଧକ୍କା ଦେବା ସହ କିଛି ବାଟ ଘୋଷାଡି ନେଇଥିଲା । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ଜଣଙ୍କ ପରିଚୟ ମିଳିଛି । ଏମାନେ ସମସ୍ତେ ଡେରେଜାଙ୍ଗ ଗାଁର ସୁବ୍ରତ ପ୍ରଧାନ, ରାଜେନ୍ଦ୍ର ପ୍ରଧାନ, କୃପା ଦେହୁରୀ । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି ।