/odishatv-khabar/media/post_attachments/uploadimage/library/16_9/16_9_0/s_1670033773.jpg)
3 Persons Killed After Car They Were Travelling Rams Into Roadside Tree
ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ଅନ୍ତର୍ଗତ ସରାଗୁଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛକୁ କାର୍ ପିଟିବା ଯୋଗୁ ପ୍ରଥମେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଛି।
Advertisment
ମୃତକ ହେଲେ ନବରଙ୍ଗପୁର ସହର ସ୍ଥିତ ଗାଦୁଆଗୁଡ଼ା ସାହିର ଏମ୍ଡି ସଦାମ, ରବିନ ହିଆଲ ଓ ସବନ ହିଆଲ୍। ଗୁରୁତରଙ୍କୁ କୋରାପୁଟ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଉମରକୋଟରୁ ନବରଙ୍ଗପୁର ଯିବା ସମୟରେ ସରାଗୁଡ଼ା ନିକଟରେ ଥିବା ବୁଲାଣିରେ କାର୍ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଯାଇଥିବା ଅନୁମାନ କରାଯାଉଛି। ଖବର ପାଇ ଡାବୁଗାଁ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଆହତଙ୍କୁ ହସ୍ପିଟାଲ୍କୁ ପଠାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)