Advertisment

ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା: ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ୪ ମୃତ

ଭାରସାମ୍ୟ ହରାଇ ଗଛକୁ କାର୍‌ ପିଟିବା ଯୋଗୁ ୩  ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।

ଅଦ୍ୟତନ ହୋଇଛି
3 Persons Killed After Car They Were Travelling Rams Into Roadside Tree

3 Persons Killed After Car They Were Travelling Rams Into Roadside Tree

Advertisment

ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ଥାନା ଅନ୍ତର୍ଗତ ସରାଗୁଡ଼ା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛକୁ କାର୍‌ ପିଟିବା ଯୋଗୁ ପ୍ରଥମେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଛି।

Advertisment

ମୃତକ ହେଲେ ନବରଙ୍ଗପୁର ସହର ସ୍ଥିତ ଗାଦୁଆଗୁଡ଼ା ସାହିର ଏମ୍‌ଡି ସଦାମ, ରବିନ ହିଆଲ ଓ ସବନ ହିଆଲ୍। ଗୁରୁତରଙ୍କୁ କୋରାପୁଟ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। 

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଉମରକୋଟରୁ ନବରଙ୍ଗପୁର ଯିବା ସମୟରେ ସରାଗୁଡ଼ା ନିକଟରେ ଥିବା ବୁଲାଣିରେ କାର୍‌ଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଯାଇଥିବା ଅନୁମାନ କରାଯାଉଛି। ଖବର ପାଇ ଡାବୁଗାଁ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଆହତଙ୍କୁ ହସ୍ପିଟାଲ୍‌କୁ ପଠାଇଛି। 

Advertisment
Accident Car Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ