/odishatv-khabar/media/post_attachments/uploadimage/library/16_9/16_9_0/Accident_1706321648.jpg)
Accident
ପିକନିକ୍ ଯିବା ହେଲା କାଳ । ଟ୍ରକ ସହ ବସ୍ର ମୁହାଁମୁହିଁ ଧକ୍କା ହେବା ଯୋଗୁଁ ୩ ଜଣଙ୍କର ମୃତ୍ୟୁ ହୋଇଛି। ୧୧ ଜଣ ଗୁରୁତର ଆହତ ହୋଇଛନ୍ତି। ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ବୁଗୁଡ଼ା ନିକଟ ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଗତ ରାତିରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦଶପଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ୫୦ରୁ ଅଧିକ ଛାତ୍ରଛାତ୍ରୀ ପିକନିକ୍ କରିବାକୁ ବଲାଙ୍ଗିର ଜିଲ୍ଲାର ହରିଶଙ୍କରକୁ ଯାଉଥିଲେ।
Advertisment
ତେବେ ବୁଗୁଡ଼ା ନିକଟ ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏକ ଟ୍ରକ ସହ ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ୨ ଜଣ ଏବଂ ମେଡିକାଲ ଯିବା ବାଟରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା। ୧୧ ଗୁରୁତରଙ୍କ ମଧ୍ୟରୁ ୪ ଜଣ ଦଶପଲ୍ଲା ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ୭ ଜଣଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦଶପଲ୍ଲା ବିଧାୟକ ରମେଶ ବେହେରା ଓ ନୟାଗଡ଼ ଏସପି ରାହୁଲ ଜୈନ ମେଡିକାଲ ଯାଇ ଆହତମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)