Advertisment

ସକାଳୁ ସକାଳୁ ଭୟଙ୍କର ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌, ୪ ମୃତ

ଟ୍ରକ୍‌କୁ କାର୍‌ ଧକ୍କା ଦେବା ଯୋଗୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ଭୋର ସମୟରେ NH-୧୬ ଏହି ଦୁର୍ଘଟଣା ଘଟିଛି।

ଅଦ୍ୟତନ ହୋଇଛି
Road Accident In Khordha

4 Died After A Car Collided With A Stationary Truck In Khordha

Advertisment

ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ଥାନା ଅନ୍ତର୍ଗତ ବଡ଼ପୋଖରିଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍‌କୁ କାର୍‌ ଧକ୍କା ଦେବା ଯୋଗୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ଭୋର ସମୟରେ NH-୧୬ ଏହି ଦୁର୍ଘଟଣା ଘଟିଛି। ଖବର ଲେଖାଯିବା ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନି।

Advertisment

ସୂଚନା ଅନୁସାରେ, କାର୍‌ଟି ଆନ୍ଧ୍ର ପ୍ରଦେଶ ଆଡ଼ୁ ଆସୁଥିବା ବେଳେ ବଡ଼ପୋଖରିଆ ନିକଟ NH-୧୬ ଉପରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ କାର୍‌ରେ ଥିବା ୨ ଜଣ ପୁରୁଷ ଓ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି। 

Advertisment
Accident Car Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ