Advertisment

ସିଧା ଯାଇ ଲୋକଙ୍କ ଉପରେ ଚଢ଼ିଗଲା ଟ୍ରକ୍‌, ୪୦ରୁ ଅଧିକ ମୃତ...

ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିବା ପରେ ଲୋକଙ୍କ ଉପରେ ଚଢ଼ିଗଲା ଟ୍ରକ୍‌। ଏଥିରେ ୪୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି।

author-image
Rajalaxmi Sahoo
48 Killed In Road Accident In Kenya

48 Killed In Road Accident In Kenya

ଭାରସାମ୍ୟ ହରାଇ ଟ୍ରକ୍‌ର ସିରିଜ ଦୁର୍ଘଟଣା। ଗୋଟିଏ ପରେ ଗୋଟିଏ ଗାଡ଼ିକୁ ପିଟିବା ପରେ ଲୋକଙ୍କ ଉପରେ ଚଢ଼ିଗଲା ଟ୍ରକ୍‌। ଏଥିରେ ୪୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଗତକାଲି କେନିଆରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି।

Advertisment

ମୃତକଙ୍କ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଏଥିରେ ଅନେକ ଛୋଟ ବସ୍‌ ଓ ଟ୍ରକ୍‌ ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ବ୍ୟସ୍ତବହୁଳ ସହର କେରିଚୋ ଓ ନାକୁରୁ ମଝିରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। 

ସୂଚନା ଅନୁସାରେ, ଟ୍ରକ୍‌ଟି କେରିଚୋ ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଗୋଟିଏ ପରେ ଗୋଟିଏ ଗାଡ଼ିକୁ ଧକ୍କା ଦେଇଥିଲା। ଏହି ସମୟରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଓ ବ୍ୟବସାୟ କରୁଥିବା ଲୋକଙ୍କ ଉପରେ ଟ୍ରକ୍‌ ଚଢ଼ି ଯାଇଥିଲା। 

Advertisment
Road Accident Accident
Advertisment
Advertisment