• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଯାଜପୁର ଚଣ୍ଡିଖୋଲ ନେଉଳପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା । ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ନେଉଳପୁରସ୍ଥିତ ସେଣ୍ଟ୍ରାଲ ବ୍ୟାଙ୍କ ନିକଟ NH-16ରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଧକ୍କା ଦେଇଛି କୋଲକାତା ପଟୁ ଆସୁଥିବା ଏକ ଟ୍ରକ୍ । ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । ଦୁର୍ଘଟଣା ସ୍ଥଳରେ ଧର୍ମଶାଳା ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସ୍ଥାନୀୟ ଲୋକଙ୍କ ଭିଡ଼ ଜମିଛି । ଲୋକଙ୍କ ମଧ୍ୟରେ ଚାପା ଉତ୍ତେଜନା ଦେଖାଯାଇଛି । ତେବେ ଏହି ରାସ୍ତାରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ବି ପ୍ରଶାସନ ଏଥିପ୍ରତି ଯତ୍ନବାନ ହେଉନଥିବା ଲୋକେ କହିଛନ୍ତି ।