Advertisment

ଟ୍ରେନ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ...ମୃତକଙ୍କ ପରିବାରକୁ ମିଳିବ ୧୨ ଲକ୍ଷ ଟଙ୍କା

ଆନ୍ଧ୍ର ପ୍ରଦେଶ ବିଜୟନଗରମ୍‌ରେ ହୋଇଥିବା ବଡ଼ ଧରଣର ରେଳ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରମୁଖ ରାଜନେତା ଶୋକ ପ୍ରକାଶ କରିଛନ୍ତି ।

ଅଦ୍ୟତନ ହୋଇଛି
Andhra Pradesh Train Accident

Andhra Pradesh Train Accident

Advertisment

ଆନ୍ଧ୍ର ପ୍ରଦେଶ ବିଜୟନଗରମ୍‌ରେ ହୋଇଥିବା ବଡ଼ ଧରଣର ରେଳ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରମୁଖ ରାଜନେତା ଶୋକ ପ୍ରକାଶ କରିଛନ୍ତି । ଆନ୍ଧ୍ର-ଓଡ଼ିଶା ସୀମାବର୍ତ୍ତୀ କଣ୍ଟାକାପାଲୀ-ଆଲମଣ୍ଡା ଷ୍ଟେସନ ମଧ୍ୟରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ବିଶାଖାପାଟଣା- ରାୟଗଡା ପାସେଞ୍ଜର ଟ୍ରେନ୍‌ ଧକ୍କା ଦେଇଛି । ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ ଜଣ ଆହତ ହୋଇଛନ୍ତି ।

Advertisment

ପ୍ରଧାନମନ୍ତ୍ରୀ ମୋଦି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଗତକାଲି ଟ୍ରେନ୍ ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ସହ କଥା ହୋଇ ସ୍ଥିତିର ସମୀକ୍ଷା କରିଥିଲେ ।

ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ସହାୟତା ଘୋଷଣା କରିଛନ୍ତି । ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଓ ପ୍ରତି ଆହତଙ୍କ ଚିକିତ୍ସା ଲାଗି ୫୦ ହଜାର ଟଙ୍କା ଦେବାକୁ ପିଏମ୍ଓ ପକ୍ଷରୁ ଘୋଷଣା କରାଯାଇଛି । ସେପଟେ ରେଳ ବିଭାଗ ପକ୍ଷରୁ ମୃତକଙ୍କ ପରିବାର ବର୍ଗକୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ୫୦ ହଜାର ଓ ସାମାନ୍ୟ ଆହତ ବ୍ୟକ୍ତିଙ୍କୁ ୫୦ ହଜାର ଲେଖାଏ ଦେବାକୁ ଘୋଷଣା ହୋଇଛି । 

ଅନ୍ୟପକ୍ଷେ, ମର୍ମନ୍ତୁଦ ରେଳ ଦୁର୍ଘଟଣା ଓ ଯାତ୍ରୀଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏସ୍ଆରସି ଏବଂ ରାୟଗଡ଼ା ଓ କୋରାପୁଟ ଜିଲ୍ଲାପାଳଙ୍କୁ ରିଲିଫ ଓ ଉଦ୍ଧାର କାର୍ଯ୍ୟରେ ତୁରନ୍ତ ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି  ମୁଖ୍ୟମନ୍ତ୍ରୀ ।

Advertisment

ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବା ପାଇଁ ୪ଟି ଓଡ୍ରାଫ୍ ଟିମ୍ ପଠାଇବାକୁ ମୁଖ୍ୟମନ୍ତ୍ରୀ ଏସ୍‌ଆରସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ଅଗ୍ନିଶମ ବିଭାଗର ୧୯ଜଣ କର୍ମଚାରୀଙ୍କୁ ଦୁର୍ଘଟଣାସ୍ଥଳକୁ ପଠାଯାଇଥିବା ଅଗ୍ନିଶମ ବିଭାଗ ଡିଆଇଜି ସୂଚନା ଦେଇଛନ୍ତି । ସେମାନେ ପ୍ଲାଜମା କଟର, କମ୍ବୋ ଟୁଲସ ନେଇ ବିଜୟନଗରମ ଅଭିମୁଖେ ଯାଇଛନ୍ତି । 

Train Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ