ଟ୍ରେନ୍‌ ଦୁର୍ଘଟଣା; ରେଳମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ରେଳମନ୍ତ୍ରୀ ସୂଚନା ଦେଇଛନ୍ତି । ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ଥିବା କହିଛନ୍ତି ରେଳମନ୍ତ୍ରୀ ।

ରେଳମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଟ୍ରେନ୍‌ ଦୁର୍ଘଟଣା ପରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଭାବିତ ପରିବାରଙ୍କ ପ୍ରତି ମୋଦି ସମବେଦନା ଜଣାଇଛନ୍ତି ।

ସେପଟେ ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ରେଳମନ୍ତ୍ରୀ ସୂଚନା ଦେଇଛନ୍ତି । ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ଥିବା କହିଛନ୍ତି ରେଳମନ୍ତ୍ରୀ । ଏନେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

ଆନ୍ଧ୍ରର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୮ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଯାତ୍ରୀ ଆହତ ହୋଇଥିବାନେଇ ପ୍ରାଥମିକ ସୂଚନା ରହିଛି । ଆଗକୁ ଆହୁରି ମୃତାହତଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି ।

ଏବେ ସୁଦ୍ଧା ୧୦୦ରୁ ଅଧିକ ଯାତ୍ରୀଙ୍କୁ ଉଦ୍ଧାର କରାସରିଛି । ରେଳ ବିଭାଗର ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାସ୍ଥଳକୁ ଭୁବନେଶ୍ୱରରୁ ଏକ ଉଦ୍ଧାରକାରୀ ଦଳ ମଧ୍ୟ ଯାଇଛି । ତ୍ୱରିତ ବେଗରେ ଉଦ୍ଧାର କାର୍ଯ୍ୟ ଚାଲିଥିବା କହିଛନ୍ତି ସିପିଆରଓ । ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟରେ ୧୫ଟି ଆମ୍ବୁଲାନ୍ସ ନିୟୋଜିତ ରହିଛି ।