• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଟ୍ରେନ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାର ଲାଗି ସହାୟତା ରାଶି ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମୃତକଙ୍କ ପରିବାର ପାଇଁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ପୂର୍ବରୁ ପିଏମ୍‌ଓ ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ଦେବାକୁ ଘୋଷଣା କରିଥିଲା । ତେବେ ମୋଟ୍ ମୃତକଙ୍କ ପରିବାରୁ କେନ୍ଦ୍ର ସରକାର ୧୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ସେହିପରି ସେହିପରି ଆହତଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କରାଯାଇଛି । ପ୍ରତି ଆହତଙ୍କ ଚିକିତ୍ସା ଲାଗି ୫୦ ହଜାର ଟଙ୍କା ଘୋଷଣା ହୋଇଛି ।

ଟ୍ରେନ୍‌ ଦୁର୍ଘଟଣା ପରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହୋଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ପ୍ରଭାବିତ ପରିବାରଙ୍କ ପ୍ରତି ମୋଦି ସମବେଦନା ଜଣାଇଥିଲେ ।

ବର୍ତ୍ତମାନ ସୁଦ୍ଧା ଟ୍ରେନ୍ ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ଦିଆଯାଇଛି । ଆଗକୁ ଆହୁରି ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ଆନ୍ଧ୍ରର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା ହୋଇଛି ।

ଏବେ ସୁଦ୍ଧା ୧୦୦ରୁ ଅଧିକ ଯାତ୍ରୀଙ୍କୁ ଉଦ୍ଧାର କରାସରିଛି । ରେଳ ବିଭାଗର ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାସ୍ଥଳକୁ ଭୁବନେଶ୍ୱରରୁ ଏକ ଉଦ୍ଧାରକାରୀ ଦଳ ମଧ୍ୟ ଯାଇଛି । ତ୍ୱରିତ ବେଗରେ ଉଦ୍ଧାର କାର୍ଯ୍ୟ ଚାଲିଥିବା କହିଛନ୍ତି ସିପିଆରଓ । ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟରେ ୧୫ଟି ଆମ୍ବୁଲାନ୍ସ ନିୟୋଜିତ ରହିଛି ।