Andhra Pradesh Train accident
ଟ୍ରେନ୍ ଦୁର୍ଘଟଣାକୁ ନେଇ ଟ୍ୱିଟ୍ କରି ସୂଚନା ଦେଲେ ରେଲମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ସେ ଟ୍ୱିଟ୍ କରିଛନ୍ତି । ତାହା ସହ ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ଥିବା କହିଛନ୍ତି ରେଳମନ୍ତ୍ରୀ ।
ବର୍ତ୍ତମାନ ସୁଦ୍ଧା ଟ୍ରେନ୍ ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଛି । ଆଗକୁ ଆହୁରି ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି । ସେପଟେ ଟ୍ରେନ୍ ଦୁର୍ଘଟଣା ପରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଭାବିତ ପରିବାରଙ୍କ ପ୍ରତି ମୋଦି ସମବେଦନା ଜଣାଇଛନ୍ତି ।
ଆନ୍ଧ୍ରର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୮ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନେକ ଯାତ୍ରୀ ଆହତ ହୋଇଥିବାନେଇ ପ୍ରାଥମିକ ସୂଚନା ରହିଛି । ଆଗକୁ ଆହୁରି ମୃତାହତଙ୍କ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି ।
ଏବେ ସୁଦ୍ଧା ୧୦୦ରୁ ଅଧିକ ଯାତ୍ରୀଙ୍କୁ ଉଦ୍ଧାର କରାସରିଛି । ରେଳ ବିଭାଗର ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଦୁର୍ଘଟଣାସ୍ଥଳକୁ ଭୁବନେଶ୍ୱରରୁ ଏକ ଉଦ୍ଧାରକାରୀ ଦଳ ମଧ୍ୟ ଯାଇଛି । ତ୍ୱରିତ ବେଗରେ ଉଦ୍ଧାର କାର୍ଯ୍ୟ ଚାଲିଥିବା କହିଛନ୍ତି ସିପିଆରଓ । ବର୍ତ୍ତମାନ ସୁଦ୍ଧା ଉଦ୍ଧାର କାର୍ଯ୍ୟରେ ୧୫ଟି ଆମ୍ବୁଲାନ୍ସ ନିୟୋଜିତ ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1698601229.jpg)