• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ବିଳମ୍ବିତ ରାତିରେ ବଡ଼ ଦୁର୍ଘଟଣା । ଦୁଇଟି ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା । ଜଣେ ମୃତ, ୧୦ରୁ ଅଧିକ ଆହତ । ଗଞ୍ଜାମ ଜିଲ୍ଲା ଆସିକା ନିକଟ ଢ଼ଉଗାଁ ଛକ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ହିନ୍ଦୁସ୍ତାନ ପେଟ୍ରୋଲ ପମ୍ପ ପାଖରେ ଦୁଇଟି ଯାତ୍ରୀବାହୀ ବସ ମୁହାଁମୁହିଁ ଧକ୍କା ହେବା ଫଳରେ ଗୋଟିଏ ବସର ଡ୍ରାଇଭର ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ସେ ହେଲେ ଦିଲଖୁସ୍ ବସର ଡ୍ରାଇଭର ବାଳକୃଷ୍ଣ ଗୌଡ଼ ।

ଭୁବନେଶ୍ୱରରୁ ମାଲକାନଗିରି ଯାଉଥିଲା ଦିଲଖୁସ ବସ୍ । ସେପଟେ ଆସିକା ଆଡ଼କୁ ଆସୁଥିବା ହ୍ୱାଇଟ ହର୍ସ ନାମକ ଆଉ ଯାତ୍ରୀବାହୀ ବସ ସହ ଏହା ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଛନ୍ତି । ଆହତମାନଙ୍କ ମଧ୍ୟରୁ କ୍ଷୀରୋଦ ବେହେରା, ସରିତା ଶତପଥୀ ଓ ରକି ସାହୁଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି ।

ଅନ୍ୟ ଆହତ ଲକ୍ଷ୍ମୀ ଖଡା, ସଂଧ୍ୟାରଣୀ ନାହାକ, ପ୍ରକାଶ ଡାକୁଆ, ଦୀପକ ନାହାକ ଆସିକା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ତେବେ କେଉଁ ପରିସ୍ଥିତିରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଲା ତାହା ସ୍ପଷ୍ଟ ହୋଇନାହିଁ ।

  • Reported by:
  • Manoj Muni