Advertisment

ଭୟଙ୍କର ଟ୍ରେନ ଦୁର୍ଘଟଣା: ରାଜ୍ୟରେ ଦିନିକିଆ ଶୋକ ପାଳନ

କରମଣ୍ଡଳ ଏକ୍ସପ୍ରେସ ଓ ବେଙ୍ଗାଲୁରୁ-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୨୦୦ରୁ ଅଧିକ ଲୋକ ପ୍ରାଣ ହରାଇଛନ୍ତି।

ଅଦ୍ୟତନ ହୋଇଛି
Odisha CM has ordered state mourning for a day

Odisha CM has ordered state mourning for a day

Advertisment

ଟ୍ରେନ ଦୁର୍ଘଟଣା ନେଇ ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ। ଜୁନ୍ ୩ ତାରିଖ ଦିନ ସାରା ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ। ଶୋକ ପାଳନ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା କରିଛନ୍ତି। ବାଲେଶ୍ୱର ବାହାନଗା ନିକଟରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ଏଯାବତ୍‌ ୨୦୦ରୁ ଅଧିକ ମୃତ୍ୟୁ ଘଟିଛି। 

Advertisment

ଏଥିରେ କରମଣ୍ଡଳର ୧୫ ବଗି ଓ ବେଙ୍ଗଲୁରୁ-ହାୱଡ଼ା ଏକ୍ସପ୍ରେସର ୨ ବଗି ଲାଇନଚ୍ୟୁତ ହୋଇଛି। କରମଣ୍ଡଳ ଏକ୍ସପ୍ରେସ ଓ ବେଙ୍ଗଲୁରୁ-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ। କିଛି ସମୟ ପରେ ସେହିବାଟେ ଆସୁଥିବା ଏକ୍ସପ୍ରେସ ଧକ୍କା ହୋଇଥିଲା। ଭୟଙ୍କର ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୦୦ ଟପିଥିବା କହିଛନ୍ତି ମୁଖ୍ୟ ସଚିବ।

Advertisment

ସେହିପରି ଟ୍ରେନ ଦୁର୍ଘଟଣା ନେଇ ଦିନିକିଆ ଶୋକ ପାଳିବ ତାମିଲନାଡୁ। ଆଜି ସାରା ତାମିଲନାଡୁରେ ଦିନିକିଆ ଶୋକ ପାଳନ ହେବ। ଏନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।ବାହାନଗା ରେଳ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। କାହିଁକି ଦୁର୍ଘଟଣା ଘଟିଲା, କିଏ ଦାୟୀ, ତଦନ୍ତ ହେବ ବୋଲି କହିଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ