Advertisment

ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି ଅଶ୍ୱିନୀ ବୈଷ୍ଣବ ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
ex Gratia Compensation Will Be Provided To West Bengal Train Mishap Victims

Train Tragedy

ବାହାନଗା ଭଳି ପଶ୍ଚିମବଙ୍ଗରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା । କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ଧକ୍କା ଦେଲା ମାଲଗାଡ଼ି। ପଶ୍ଚିମବଙ୍ଗ ଦାର୍ଜିଲିଂ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।

Advertisment

ଏହି ଦୁର୍ଘଟଣା ପରେ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ରେଳ ଦୁର୍ଘଟଣାରେ ଯେଉଁମାନେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି ମୋଦି । ସେହିପରି ଆହତଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହାୟତା ଦେବା ପାଇଁ ଘୋଷଣା କରାଯାଇଛି।

ଅଧିକ ପଢ଼ନ୍ତୁ: ଦାର୍ଜିଲିଂରେ ଟ୍ରେନ୍‌ ଦୁର୍ଘଟଣା: ରେଲୱେ ପକ୍ଷରୁ ଜାରି ହେଲା ହେଲ୍ପଲାଇନ ନମ୍ବର

Advertisment

ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ସହାୟତା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି ଅଶ୍ୱିନୀ ବୈଷ୍ଣବ । ସେହିପରି ଗୁରୁତର ଆହତଙ୍କୁ ଅଢ଼େଇ ଲକ୍ଷ ଓ ଆହତଙ୍କୁ ୫୦ ହଜାର ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ।

ସେପଟେ ଦୁର୍ଘଟଣା ପରେ ରେଲୱେ ପକ୍ଷରୁ ହେଲପ ଲାଇନ୍ ନମ୍ବର ଜାରି ହୋଇଛି । ରେଲୱେ ପକ୍ଷରୁ ୭ଟି ହେଲ୍ପଲାଇନ୍‌ ନମ୍ବର ଜାରି କରାଯାଇଛି । ଏହି ନମ୍ବର ଗୁଡ଼ିକ ହେଉଛି- ୦୩୩-୨୩୫୦୮୭୯୪, ୦୩୩- ୨୩୮୩୩୩୨୬, ୦୩୬୧୨୭୩୧୬୨୧, ୦୩୬୧୨୭୩୧୬୨୨, ୦୩୬୧୨୭୩୧୬୨୩, ୦୩୬୭୪୨୬୩୯୫୮, ୦୩୬୭୪୨୬୩୮୩୧, ୦୩୬୭୪୨୬୩୧୨୦ ।

ସୂଚନା ଅନୁସାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ସିଆଲଦାରୁ ବାହାରିଥିଲା। ଏତିକିବେଳେ ଦାର୍ଜିଲିଂ ନିକଟରେ ପଛରୁ ଏକ ମାଲଗାଡ଼ି ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଉପରକୁ ଉଠିଯାଇଥିଲା କାଞ୍ଚନଜଙ୍ଗା ଏକ୍ସେପ୍ରେସର ବଗି। ପଛରେ ଥିବା ବଗିଗୁଡ଼ିକ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାସ୍ଥଳରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ରେସକ୍ୟୁ ଅପରେସନ୍। ଘଟଣାସ୍ଥଳରେ ଉଦ୍ଧାରକାରୀ, ମେଡିକାଲ୍ ଟିମ୍, ପୋଲିସ, ଅଗ୍ନିଶମ ବାହିନୀ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ପହଞ୍ଚିଛନ୍ତି ।

ଅଧିକ ପଢ଼ନ୍ତୁ: ବଡ଼ ରେଳ ଦୁର୍ଘଟଣା; ଏକ୍ସପ୍ରେସ ଟ୍ରେନକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ୮ ମୃତ

ସୂଚନା ପାଇବା ପରେ ପୋଲିସ, ରେଳ ଅଧିକାରୀ ଏବଂ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରିଲିଫ କାର୍ଯ୍ୟ ଆରମ୍ଭ ହୋଇଛି। ଟ୍ରାକରୁ ବଗି ହଟାଇ ଫସି ରହିଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଉଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, କାଞ୍ଚନଜଙ୍ଗାର ତିନୋଟି ବଗି ଅଧିକ କ୍ଷତିଗ୍ରସ୍ତ ହୋଇଛି। ଅନେକ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି। ରଙ୍ଗାପାନି ଏବଂ ନ୍ୟୁ ଜଳପାଇଗୁଡ଼ି ଷ୍ଟେସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି।

 

ଏହି ଦୁର୍ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି । ଉଦ୍ଧାର କାର୍ଯ୍ୟକୁ ଗୁରୁତ୍ୱ ଦେବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।

ଟ୍ରେନ୍‌ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ କହିଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳ ମନ୍ତ୍ରୀ କହିଛନ୍ତି, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । NDRF, SDRF ଓ ରେଲୱେର ସମନ୍ୱୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତୁରନ୍ତ ଘଟଣାସ୍ଥଳକୁ ବରିଷ୍ଠ ଅଧିକାରୀଙ୍କୁ ପଠାଯାଇଛି ।

ସେହିପରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଃଖ ପ୍ରକାଶ କରିଛନ୍ତି। ମମତା କହିଛନ୍ତି, ଦାର୍ଜିଲିଂ ଜିଲାର ଫାନସିଦଓ୍ବୋ ଅଞ୍ଚଳରେ ଏକ ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାର ଖବର ଶୁଣି ମୁଁ ସ୍ତବ୍ଧ ହୋଇଗଲି। ସହାୟତା ପାଇଁ ଘଟଣାସ୍ଥଳରେ ଡିଏମ୍‌, ଏସ୍‌ପି, ଡାକ୍ତର, ଆମ୍ବୁଲାନ୍ସ ଏବଂ ବିପର୍ଯ୍ୟୟ ଦଳକୁ ପଠାଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

ଅଧିକ ପଢ଼ନ୍ତୁ: ଭାରସାମ୍ୟ ହରାଇ ଖାଇକୁ ଖସିଲା ଟ୍ରାଭେଲର, ଚାଲିଗଲା ୧୦ ଯାତ୍ରୀଙ୍କ ଜୀବନ

Train Accident Narendra Modi PM Narendra Modi Train Mishap Ashwini Vaishnaw
Advertisment
Advertisment