• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଲା ତୀର୍ଥଯାତ୍ରୀ ବସ୍‌ । ବସ୍‌ଟି ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିବାବେଳେ ଦୁର୍ଘଟଣା ଘଟିଛି । ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି ।

ଭାରସାମ୍ୟ ହରାଇ ତୀର୍ଥଯାତ୍ରୀ ବସ ଓଲଟି ପଡ଼ିଥିବାବେଳେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାୟୀ ତୀର୍ଥଯାତ୍ରୀ ବସ୍‌ଟି ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିଲା । ବସରେ ୭୦ରୁ ଅଧିକ ତୀର୍ଥଯାତ୍ରୀ ଥିଲେ । ସେଥିମଧ୍ୟରୁ ୨୫ରୁ ଅଧିକ ଆହତ ହୋଇଥିବା ବେଳେ ୫ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି ।

ସମସ୍ତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭଣ୍ଡାରିପୋଖରୀ ମେଡିକାଲ ଓ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଉଛି ।

  • Reported by:
  • Partha Sarathi nayak