/odishatv-khabar/media/post_attachments/uploadimage/library/16_9/16_9_0/IMAGE_1710467035.jpg)
Prasanna Acharya
ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର ଆହତ। ସମ୍ବଲପୁର ରେଢ଼ାଖୋଲ ବେଲଡିହି ନିକଟରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ୫୫ ନମ୍ବର ଜାତୀୟ ରାଜପଥରରେ ତାଙ୍କ ଗାଡ଼ିକୁ ଏକ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଧକ୍କା ଦେଇଛି। ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟ ଓ ତାଙ୍କ ପିଏସଓ ଗୁରୁତର ଆହତ ହୋଇଛନ୍ତି। ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି।
ଅଧିକ ପଢ଼ନ୍ତୁ: ମେୟରଙ୍କ ଗାଡ଼ି ଧକ୍କାରେ ଯୁବକ ଆହତ
ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର
-ପ୍ରସନ୍ନଙ୍କ ସହ ତାଙ୍କ ପିଏସଓ ମଧ୍ୟ ଗୁରୁତର, ଡ୍ରାଇଭର ସାମାନ୍ୟ ଆହତ
-ସମ୍ବଲପୁର ରେଢ଼ାଖୋଲ ବେଲଡିହି ନିକଟରେ ଦୁର୍ଘଟଣା
-ଗ୍ୟାସ୍ ବୋଝେଇ ଟ୍ୟାଙ୍କର ସହ ପ୍ରସନ୍ନଙ୍କ କାର୍ ମୁହାଁମୁହିଁ ଧକ୍କା#PrasannaAcharya#BJD#Accidentpic.twitter.com/sSNb5CyJwn— ଓଟିଭି (@otvkhabar) March 15, 2024
ଦୁର୍ଘଟଣା ପରେ ସମସ୍ତଙ୍କୁ ପ୍ରଥମେ ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ପରେ ସମସ୍ତଙ୍କୁ ସମ୍ବଲପୁର ସ୍ଥାନାନ୍ତର କରାଯାଇଛି। ସମ୍ବଲପୁରର ଏକ ଘରୋଇ ମେଡିକାଲରେ ସମସ୍ତଙ୍କ ଚିକିତ୍ସା ଚାଲିଛି। ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ ଗତକାଲି ନବୀନ ନିବାସରେ ଦଳୀୟ ବୈଠକରେ ଯୋଗ ଦେଇ ପ୍ରସନ୍ନ ଆଚାର୍ଯ୍ୟ ବରଗଡ଼ ଫେରୁଥିବା ବେଳେ ବିଳମ୍ବିତ ରାତିରେ ଏ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ରେଢ଼ାଖୋଲ ପୋଲିସ ପହଂଚି ଦୁର୍ଘଟଣାଗ୍ରସ୍ତ ଦୁଇ ଗାଡ଼ି ଜବତ କରିବା ସହ ଟ୍ୟାଙ୍କର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।
ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଗୁରୁତର
-ପ୍ରସନ୍ନଙ୍କ ସହ ତାଙ୍କ ପିଏସଓ ମଧ୍ୟ ଗୁରୁତର, ଡ୍ରାଇଭର ସାମାନ୍ୟ ଆହତ
-ସମ୍ବଲପୁର ରେଢ଼ାଖୋଲ ବେଲଡିହି ନିକଟରେ ଦୁର୍ଘଟଣା
-ଗ୍ୟାସ୍ ବୋଝେଇ ଟ୍ୟାଙ୍କର ସହ ପ୍ରସନ୍ନଙ୍କ କାର୍ ମୁହାଁମୁହିଁ ଧକ୍କା#PrasannaAcharya#BJD#Accidentpic.twitter.com/Sav1UXoiV9— ଓଟିଭି (@otvkhabar) March 15, 2024
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)