NH-୧୬ରେ ଭୁଶୁଡ଼ିଲା ବ୍ରିଜ୍। ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ୍ ନିକଟରେ ଏହି ଅଘଟଣ ଘଟିଛି। ସୌଭାଗ୍ୟବଶତଃ ଭୁଶୁଡ଼ିଲା ବେଳେ କୌଣସି ଗାଡ଼ି ଯାଉ ନଥିଲା। ବ୍ରିଜ୍ ଭୁଶୁଡିବା ଯୋଗୁ ଜାତୀୟ ରାଜପଥରେ ଗାଡି ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ଅଟକି ରହିଥିଲା।
ଖବର ପାଇ ଘଟଣାସ୍ଥଳରେ କୁଆଖିଆ ପୋଲିସ ଟ୍ରାଫିକ୍ ବ୍ୟବସ୍ଥାକୁ ସ୍ୱାଭାବିକ କରିଥିଲା। ଜାତୀୟ ରାଜପଥର ଗୋଟିଏ ପାର୍ଶ୍ୱରେ ଅଟକିଥିବା ଗାଡ଼ି ଗୁଡ଼ିକୁ ଡାଇଭର୍ସନ କରାଯାଇଥିଲା। ପରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଛି। ତେବେ ବ୍ରିଜ୍ଟି କେତେ ପୁରଣା, କେଉଁ କାରଣରୁ ସ୍ପାନ୍ ଦବିଛି ସେନେଇ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।