bridge
କଟକର ଖାନନଗରରେ ନିର୍ମାଣଧୀନ ଏକ ବ୍ରିଜର ସ୍ଲାବ ଖସି ପଡିବା କାରଣରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଖାନନଗରରେ ବ୍ରିଜ ନିର୍ମାଣ ବେଳେ ଏହି ଅଘଟଣ ଘଟିଥିଲା। ପ୍ରାଥମିକ ଭାବେ ୫ ଜଣ ଆହତ ହୋଇଥିଲେ। ଏହା ମଧ୍ୟରୁ ୩ ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ୨ ଜଣ ଗୁରୁତର ଆହତ ଥିବା ସୂଚନା ମିଳିଛି। ସମସ୍ତ ଆହତ ମାନଙ୍କୁ ଏସସିବିରେ ଭର୍ତ୍ତି କରାଯାଇଛି।
ଏହି ଅଘଟଣରେ ଅନ୍ୟ ୨ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲ୍ କୁ ସ୍ଥାନାନ୍ତର କରାଯାଇଛି। ତେବେ କେଉଁ ପରିସ୍ଥିତିରେ ଏଭଳି ଘଟଣା ଘଟିଲା, ତାହା ସ୍ପଷ୍ଟ ହୋଇପାରିନାହିଁ। ବର୍ତ୍ତମାନ ରେସ୍କୁ ଅପରେସନ୍ ସରିଥିବା ଜଣାପଡ଼ିଛି। କଟକ ଡିସିପି ଘଟଣାସ୍ଥଳରେ ପହଞ୍ଚିଛନ୍ତି। କ୍ରେନର ବ୍ୟାଣ୍ଡ ଛିଡ଼ିପଡ଼ିବାରୁ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ମୃତକ ହେଲେ ସାଇଟ୍ ଇଂଜିନିୟର ସୌମ୍ୟରଂଜନ ମଲ୍ଲିକ, ଶିବଶଙ୍କର ପଟ୍ଟନାୟକ ଓ ସୁବାସ ଚନ୍ଦ୍ର ଭକ୍ତ। ସେହିପରି ୨ ଆହତ ହେଉଛନ୍ତି ଅରୁଣ ବାରିକ ଏବଂ ବିକଳ ଜେନା। କଟକ ଡିସିପି ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/bridge_1746277879.jpg)