• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅକାଳରେ ଚାଲିଗଲା ୧୦ ଜୀବନ । ସୂଚନା ଅନୁସାରେ ଉତ୍ତରପ୍ରଦେଶର ବୁଲନ୍ଦଶାହର ଜିଲ୍ଲାର ସାଲେମପୁର ପୋଲିସ ଷ୍ଟେସନ ଅଞ୍ଚଳରେ ଏକ ବସ୍ ଏବଂ ପିକଅପ୍ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩୭ ଜଣ ଆହତ ହୋଇଛନ୍ତି ।

ତେବେ ଏହି ଦୁର୍ଘଟଣା ସର୍ମ୍ପକରେ ସୂଚନା ପାଇବା ପରେ ପୋଲିସ ଗ୍ରାମବାସୀଙ୍କ ସହାୟତାରେ ଆହତମାନଙ୍କୁ ଡାକ୍ତରଖାନାକୁ ପଠାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି । ଏଥିସହ ପୋଲିସ ସମସ୍ତ ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି ।

ଏହି ଘଟଣା ସମ୍ପର୍କରେ ସୂଚନା ଦେଇ ବୁଲନ୍ଦଶାହର ଡିଏମ ସିପି ସିଂ କହିଛନ୍ତି ଯେ, ଏହି ଦୁର୍ଘଟଣାରେ ମୋଟ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏଥିସହ ୩୭ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏକ ବସ୍ ଏବଂ ପିକ୍‌ଅପ୍‌ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି ବୋଲି ସେ କହିଛନ୍ତି ।

ମୃତକଙ୍କ ସମ୍ପର୍କୀୟ ଏବଂ ସ୍ଥାନୀୟ ଲୋକ ଦୁର୍ଘଟଣା ବିଷୟରେ ଜାଣିବା ମାତ୍ରେ ସେମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ସମୟରେ କ୍ରୋଧିତ ଲୋକମାନେ ରାସ୍ତା ଅବରୋଧ କରିଥିଲେ । ତେବେ ପୋଲିସ ସେମାନଙ୍କୁ ବୁଝାଶୁଝା କରି ରାସ୍ତା ଅବରୋଧ ହଟାଇଥିଲେ ।

OTV is now on Whatsapp

Join and get latest news update delivered to you via whatsapp

Join Now