/odishatv-khabar/media/post_attachments/uploadimage/library/16_9/16_9_0/IMAGE_1727489575.jpg)
Bus Accident
ତୀର୍ଥ ଯାତ୍ରା ହେଲା ଶେଷ ଯାତ୍ରା, ଅଧା ରହିଗଲା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ । ଭାରସାମ୍ୟ ହରାଇ ଏନଏଚରୁ ୨୦ ଫୁଟ ତଳକୁ ଓଲଟିଲା ତୀର୍ଥ ଯାତ୍ରୀ ବସ, ୪ ମୃତ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଚାଲନ୍ତି ବାଇପାସ ନିକଟରେ ବିଳମ୍ବିତ ରାତିରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ।
ମୃତକ ମାନେ ହେଲେ ରାଜେଶ କୁମାର ମିଶ୍ର, ସାନ୍ତରାମ ଯାଦବ, କମଳାଦେବୀ ଯାଦବ ଓ ରାଜପ୍ରସାଦ ଯାଦବ । ବସରେ ମୋଟ ୫୭ ଜଣ ଯାତ୍ରୀ ଥିବା ବେଳେ ୨୨ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।
ଗତ ୧୮ ତାରିଖରୁ ଉତ୍ତରପ୍ରଦେଶରୁ ତୀର୍ଥଯାତ୍ରୀଙ୍କୁ ନେଇ ଆସୁଥିଲା ଏହି ବସ୍ । ଗତକାଲି ରାତିରେ କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ରାତି ପ୍ରାୟ ଗୋଟାଏ ସମୟରେ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଏନଏଚ ପେଟ୍ରୋଲିଂ ଭ୍ୟାନ, ଜଳେଶ୍ୱର ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)