• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଗଂଜାମ ଦିଗପହଣ୍ଡି ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଶୋକ ସନ୍ତପ୍ତ ପରିବାରଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଦୁର୍ଘଟଣାର ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ରାଶି ଘୋଷଣା କରାଯାଇଛି । ପ୍ରତି ମୃତକଙ୍କ ସଂପର୍କୀୟଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଦିଆଯିବ ବୋଲି କୁହାଯାଇଛି । ସେହିପରି ପ୍ରତି ଆହତଙ୍କ ଚିକିତ୍ସା ପାଇଁ ୩୦ ହଜାର ଟଙ୍କା ସହାୟତା ଘୋଷଣା କରାଯାଇଛି ।

ଦୁର୍ଘଟଣା ପରେ ପରେ SRCଙ୍କ ପକ୍ଷରୁ ଟ୍ୱିଟ୍‌ କରାଯାଇଥିଲା । ଆହତମାନଙ୍କୁ ବ୍ରହ୍ମପୁର MKCG ମେଡିକାଲ୍‌ରେ ଭର୍ତ୍ତିକରାଯାଇଥିବା SRC ସୂଚନା ଦେଇଥିଲେ । ସେମାନଙ୍କ ଚିକିତ୍ସା ପାଇଁ ୩୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି ବୋଲି କୁହାଯାଇଥିଲା । ଗଂଜାମ ଜିଲ୍ଲା ପ୍ରଶାସନର ତତ୍ୱାବଧାନରେ ଆହତଙ୍କ ଚିକିତ୍ସା କରାଯାଉଥିବା ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍‌ କରି ସୂଚନା ଦେଇଥିଲେ ।

ବର୍ତ୍ତମାନର ସୂଚନା ଅନୁସାରେ ବସ୍‌ ଦୁର୍ଘଟଣା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୬ ଜଣ ପୁରୁଷ, ୪ ଜଣ ମହିଳା ଓ ୨ ଜଣ ଶିଶୁ ରହିଛନ୍ତି ।

ଏହି ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଡାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଛି ।

  • Reported by:
  • ASHOK BRAHMA , JAGANATH SAHU