• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଔଷଧ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ସର୍ଟସର୍କିଟ ଯୋଗୁ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଔଷଧ ଓ ଇଞ୍ଜେକ୍ସନ ପୋଡ଼ି ପାଉଁଶ ହୋଇଯାଇଛି । ଖବର ପାଇ ବୌଦ୍ଧ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ବହୁ ଇଲେକ୍ଟ୍ରିକାଲ ଉପକରଣ ତଥା ଡିପ୍  ଫ୍ରିଜର, ଏସି ଆଦି ମଧ୍ୟ ପୋଡ଼ି ନଷ୍ଟ ହୋଇ ଯାଇଛି । ପ୍ରାଥମିକ ତଦନ୍ତରୁ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଜଣା ପଡିଥିବା ବେଳେ, ତଦନ୍ତ ପରେ ପ୍ରକୃତ କାରଣ ଜଣାପଡିବ ବୋଲି ଅଗ୍ନିଶମ ବିଭାଗ କହିଛି ।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟାରେ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଔଷଧ ଗୋଦାମ ଘରେ ନିଆଁ ଲାଗିଥିଲା । ଏହାଦେଖି ସିକ୍ୟୁରିଟି ଗାର୍ଡ ଏନେଇ ଉପରିସ୍ଥ ଅଧିକାରୀଙ୍କୁ ସୂଚନା ଦେଇଥିଲେ । ଖବର ପାଇ ବୌଦ୍ଧ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ୨ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଥିଲେ । 

ତେବେ ଅଗ୍ନିକାଣ୍ଡରେ ପୋଡ଼ି ଯାଇଥିବା ଔଷଧର ମୂଲ୍ୟ କେତେ ତାହା ଆକଳନ ପରେ ଜଣାପଡ଼ିବ ।