• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ଟ୍ରାକ୍ଟରକୁ ଧକ୍କା ଦେଲା କାର୍ । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ । ଭବାନୀପାଟଣା ରାସ୍ତାର ଲଛିପୁର ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଟ୍ରାକ୍ଟରକୁ ଧକ୍କା ଦେବା ଫଳରେ କାର୍‌ରେ ଥିବା ୪ ଜଣଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି । ସେପଟେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରାକ୍ଟର ଡ୍ରାଇଭର ଫେରାର ହୋଇଛି । ଖଡ଼ିଆଳ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।

ସେହିପରି କଳାହାଣ୍ଡି ଜିଲ୍ଲା ନର୍ଲା ଥାନା ଅନ୍ତର୍ଗତ ବୁଢ଼ୀ ପଦର ନିକଟରେ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଆହତ ହୋଇଛନ୍ତି । ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଟ୍ରାକ୍ଟର ଓଲଟିବାରୁ ଏଥିରେ ବସିଥିବା ୫ ଜଣ ମହିଳାଙ୍କ ମଧ୍ୟରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଓ ଅନ୍ୟ ୪ ମହିଳା ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ନର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକ ହେଲେ ହେମବତୀ ଗଉଡ । ମୃତଦେହ ଜବତ କରି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି।

ଅଧିକ ପଢ଼ନ୍ତୁ: ବଡ଼ ରେଳ ଦୁର୍ଘଟଣା; ଏକ୍ସପ୍ରେସ ଟ୍ରେନକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ୫ ମୃତ

ଅନ୍ୟପକ୍ଷରେ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ମାଳତୀପାଟପୁର ଛକ ନିକଟରେ ମଧ୍ୟ ଆଜି ସିରିଜ ଦୁର୍ଘଟଣା ହୋଇଛି । ମିଳିଥିବା ସୂଚନା ଅନୁଯାୟୀ, ତିନୋଟି ବାଇକ ମୁହଁମୁହିଁ ଧକ୍କାରେ ୫ ଜଣ ଆହାତ ହୋଇଛନ୍ତି । ତେବେ ତିନିଜଣଙ୍କୁ ପୁରୀ ଜିଲ୍ଲା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଆହତ ହୋଇଥିବା ୫ ଜଣଙ୍କ ମଧ୍ୟରୁ ଦୁଇ ଜଣଙ୍କ ପରିଚୟ ମିଳିଛି । ପୁରୀ ଜିଲ୍ଲା ସାକ୍ଷୀଗୋପାଳ ସାମନ୍ତରାୟପୁର ଅଞ୍ଚଳର ଶ୍ରୀକାନ୍ତ ଜେନା ଓ ପରେଶ ରାଉତ । ସେହିପରି ଅନ୍ୟ ଦୁଇଜଣଙ୍କୁ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now