• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଗଞ୍ଜାମ ଦିଗପହଣ୍ଡିର ହୋଇଥିବା ଭୟଙ୍କର ବସ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇଛି । ବର୍ତ୍ତମାନର ସୂଚନା ଅନୁସାରେ ଦୁର୍ଘଟଣା ଯୋଗୁ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୬ ଜଣ ପୁରୁଷ, ୪ ଜଣ ମହିଳା ଓ ୨ ଜଣ ଶିଶୁ ରହିଛନ୍ତି ।

ଏହି ଦୁର୍ଘଟଣାରେ ୮ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଡାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଛି ।

ଘଟଣାସ୍ଥଳରେ ବ୍ରହ୍ମପୁର ଏସପି, ତହସିଲଦାର ଓ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି । ଆମ୍ବୁଲାନ୍ସ ଓ ଦମକଳ ଗାଡ଼ିରେ ଆହତଙ୍କୁ ଘଟଣା ସ୍ଥଳରୁ ତୁରନ୍ତ ବ୍ରହ୍ମପୁର ବଡ଼ ମେଡିକାଲ ଅଣାଯାଇଛି ।

ସୂଚନା ଅନୁସାରେ ଗୁଡ଼ାରି ଠାରୁ ଭୁବନେଶ୍ୱର ଯାଉଥିବା OSRTC ବସ ଓ ବ୍ରହ୍ମପୁରରୁ ଏକ ଭୋଜି ପାଇଁ ଆସି ଖଣ୍ଡଦେଉଳି ଫେରୁଥିବା ଘରୋଇ ବସ୍‌ ମଧ୍ୟରେ ଏହି ମୁହାଁମୁହିଁ ଧକ୍କା ହୋଇଥିଲା । ଏନେଇ ଖବର ପାଇବା ପରେ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ । ତେବେ ଓଲଟି ପଡ଼ିଥିବା ବସ୍‌ଟିରେ ମୋଟ୍‌ ୨୫ ଜଣ ଯାତ୍ରୀଥିବା ସୂଚନା ମିଳିଛି ।

ସେପଟେ ହୋଇଥିବା ଏହି ଦୁର୍ଘଟଣାକୁ ନେଇ SRCଙ୍କ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ।  ଆହତ ମାନଙ୍କୁ ବ୍ରହ୍ମପୁର MKCG ମେଡିକାଲରେ ଭର୍ତ୍ତିକରାଯାଇଥିବା SRC ସୂଚନା ଦେଇଛନ୍ତି । ସେମାନଙ୍କ ଚିକିତ୍ସା ପାଇଁ ୩୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି । ଗଂଜାମ ଜିଲ୍ଲା ପ୍ରଶାସନର ତତ୍ୱାବଧାନରେ ଆହତଙ୍କ ଚିକିତ୍ସା କରାଯାଉଥିବା ସ୍ୱତନ୍ତ୍ର ରିଲିଫ କମିଶନର ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ।

  • Reported by:
  • ASHOK BRAHMA , JAGANATH SAHU