Astrospeak
  • Live TV
  • Read In English

Train Derails: କାମାକ୍ଷା ଏକ୍ସପ୍ରେସର ୧୧ ବଗି ଲାଇନଚ୍ୟୁତ

ପୂର୍ବାହ୍ନ ୧୧ଟା ୫୪ ମିନିଟ୍‌ରେ ଟ୍ରେନର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି । ବେଙ୍ଗଳୁରୁ-କାମାକ୍ଷା ଏକ୍ସପ୍ରେସ୍‌ର ୧୧ଟି ବଗି ଲାଇନ୍‌ଚ୍ୟୁତ ୱୋଇଥିବା ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଥିବାର ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି ।

Train Derails
ଟ୍ରେନ ଲାଇନଚ୍ୟୁତ

କଟକ ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହୋଇଛି । ପୂର୍ବାହ୍ନ ୧୧ଟା ୫୪ ମିନିଟ୍‌ରେ ଟ୍ରେନର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି । ବେଙ୍ଗଳୁରୁ-କାମାକ୍ଷା ଏକ୍ସପ୍ରେସ୍‌ର ୧୧ଟି ବଗି ଲାଇନ୍‌ଚ୍ୟୁତ ୱୋଇଥିବା ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଥିବାର ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି । ଘଟଣାସ୍ଥଳରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ପହଞ୍ଚିଛନ୍ତି । ଟ୍ରେନରୁ ଓହ୍ଲାଇ ପଡିଥିବା ଯାତ୍ରୀମାନେ ଖରାରେ ଛିଡା ହୋଇଥିବାର ଅଭିଯୋଗ କରିଛନ୍ତି । ଖରାରେ ଥିବା ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି । ତୁରନ୍ତ ସେମାନଙ୍କ ପାଇଁ ପିଇବା ପାଣି ବ୍ୟବସ୍ଥା କରାଯିବାକୁ ଯାତ୍ରୀମାନେ କ୍ଷୋଭର ସହ କହୁଛନ୍ତି । ଆହତ ହୋଇଥିବା କେତେଜଣ ଯାତ୍ରୀଙ୍କୁ ଡାକ୍ତରଖାନାକୁ ନିଆଯାଇଛି । ତେବେ କେତେଜଣ ଆହତ ହୋଇଛନ୍ତି, ନିର୍ଦ୍ଦିଷ୍ଟ ଭାବେ ତାହା ଜଣାପଡିନାହିଁ । ରେଳ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଘଟଣାସ୍ଥଳକୁ ଯାଇଛନ୍ତି । ଯାତ୍ରୀମାନଙ୍କୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଯିବ ବୋଲି ପୂର୍ବତଟ ରେଳବାଇର ସିପିଆରଓ ଅଶୋକ ମିଶ୍ର କହିଛନ୍ତି ।