Advertisment

ଦାର୍ଜିଲିଂରେ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା: ରେଲୱେ ପକ୍ଷରୁ ଜାରି ହେଲା ହେଲ୍ପଲାଇନ ନମ୍ବର

ଦୁର୍ଘଟଣା ପରେ ରେଲୱେ ପକ୍ଷରୁ ହେଲପ ଲାଇନ୍ ନମ୍ବର ଜାରି ହୋଇଛି । ରେଲୱେ ପକ୍ଷରୁ ୭ଟି ହେଲ୍ପଲାଇନ୍‌ ନମ୍ବର ଜାରି କରାଯାଇଛି ।

ଅଦ୍ୟତନ ହୋଇଛି
Healpline Number In West Bengal Train Accident

Train Accident

Advertisment

ବାହାନଗା ଭଳି ପଶ୍ଚିମବଙ୍ଗରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା । କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ପଛରୁ ଧକ୍କା ଦେଲା ମାଲଗାଡ଼ି। ପଶ୍ଚିମବଙ୍ଗ ଦାର୍ଜିଲିଂ ଜିଲ୍ଲାରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କର ମୃତ୍ୟୁ ହୋଇଛି। ଆହତ ହୋଇଛନ୍ତି ୨୫ରୁଅଧିକ । ଆଗକୁ ମୃତାହତଙ୍କ ସଂଖ୍ୟା ବଢ଼ିବା ସମ୍ଭାବନା ରହିଛି ।

Advertisment

ଦୁର୍ଘଟଣା ପରେ ରେଲୱେ ପକ୍ଷରୁ ହେଲପ ଲାଇନ୍ ନମ୍ବର ଜାରି ହୋଇଛି । ରେଲୱେ ପକ୍ଷରୁ ୭ଟି ହେଲ୍ପଲାଇନ୍‌ ନମ୍ବର ଜାରି କରାଯାଇଛି । ଏହି ନମ୍ବର ଗୁଡ଼ିକ ହେଉଛି- ୦୩୩-୨୩୫୦୮୭୯୪, ୦୩୩- ୨୩୮୩୩୩୨୬, ୦୩୬୧୨୭୩୧୬୨୧, ୦୩୬୧୨୭୩୧୬୨୨, ୦୩୬୧୨୭୩୧୬୨୩, ୦୩୬୭୪୨୬୩୯୫୮, ୦୩୬୭୪୨୬୩୮୩୧, ୦୩୬୭୪୨୬୩୧୨୦ ।

କାଞ୍ଚନଜଙ୍ଗା ଏକ୍ସପ୍ରେସ ସିଆଲଦାରୁ ବାହାରିଥିଲା। ଏତିକିବେଳେ ଦାର୍ଜିଲିଂ ନିକଟରେ ପଛରୁ ଏକ ମାଲଗାଡ଼ି ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଉପରକୁ ଉଠିଯାଇଥିଲା କାଞ୍ଚନଜଙ୍ଗା ଏକ୍ସେପ୍ରେସର ବଗି। ପଛରେ ଥିବା ବଗିଗୁଡ଼ିକ କ୍ଷତିଗ୍ରସ୍ତ ହୋଇଛି। ଦୁର୍ଘଟଣାସ୍ଥଳରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ରେସକ୍ୟୁ ଅପରେସନ୍। ଘଟଣାସ୍ଥଳରେ ଉଦ୍ଧାରକାରୀ, ମେଡିକାଲ୍ ଟିମ୍, ପୋଲିସ, ଅଗ୍ନିଶମ ବାହିନୀ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ପହଞ୍ଚିଛନ୍ତି।

Advertisment

ଅଧିକ ପଢ଼ନ୍ତୁ: ବଡ଼ ରେଳ ଦୁର୍ଘଟଣା; ଏକ୍ସପ୍ରେସ ଟ୍ରେନକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ୮ ମୃତ

ଏହି ଦୁର୍ଘଟଣାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦୁଃଖ ପ୍ରକାଶ କରିଛନ୍ତି। ମମତା କହିଛନ୍ତି, ଦାର୍ଜିଲିଂ ଜିଲାର ଫାନସିଦଓ୍ବୋ ଅଞ୍ଚଳରେ ଏକ ମର୍ମନ୍ତୁଦ ଟ୍ରେନ୍‌ ଦୁର୍ଘଟଣାର ଖବର ଶୁଣି ମୁଁ ସ୍ତବ୍ଧ ହୋଇଗଲି। ସହାୟତା ପାଇଁ ଘଟଣାସ୍ଥଳରେ ଡିଏମ୍‌, ଏସ୍‌ପି, ଡାକ୍ତର, ଆମ୍ବୁଲାନ୍ସ ଏବଂ ବିପର୍ଯ୍ୟୟ ଦଳକୁ ପଠାଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Advertisment

ସୂଚନା ପାଇବା ପରେ ପୋଲିସ, ରେଳ ଅଧିକାରୀ ଏବଂ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରିଲିଫ କାର୍ଯ୍ୟ ଆରମ୍ଭ ହୋଇଛି। ଟ୍ରାକରୁ ବଗି ହଟାଇ ଫସି ରହିଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଉଛି। ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, କାଞ୍ଚନଜଙ୍ଗାର ତିନୋଟି ବଗି ଅଧିକ କ୍ଷତିଗ୍ରସ୍ତ ହୋଇଛି। ଅନେକ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି। ରଙ୍ଗାପାନି ଏବଂ ନ୍ୟୁ ଜଳପାଇଗୁଡ଼ି ଷ୍ଟେସନ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି।

ଟ୍ରେନ୍‌ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ କହିଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ରେଳ ମନ୍ତ୍ରୀ କହିଛନ୍ତି, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । NDRF, SDRF ଓ ରେଲୱେର ସମନ୍ୱୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତୁରନ୍ତ ଘଟଣାସ୍ଥଳକୁ ବରିଷ୍ଠ ଅଧିକାରୀଙ୍କୁ ପଠାଯାଇଛି।

ଅଧିକ ପଢ଼ନ୍ତୁ: ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା

Train Accident Indian Railways Train Mishap
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ