Accident
କୋରାପୁଟ ଜିଲ୍ଲା ବୈପାରୀଗୁଡା ଥାନା ଅନ୍ତର୍ଗତ ୩୨୬ନମ୍ବର ଜାତୀୟ ରାଜପଥ ଗୌଡ଼ଗୁଡା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେବାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଅଧିକ ପଢ଼ନ୍ତୁ: ଲାଞ୍ଚୁଆ କନିଷ୍ଠ ଯନ୍ତ୍ରୀଙ୍କ ବେପାର ନିଶାକୁ ଦେଖି ତାଜୁବ୍ ଭିଜିଲାନ୍ସ: ତିନି ତିନିଟି ଫ୍ୟାକ୍ଟ୍ରି ଠାବ
ସୂଚନା ଅନୁସାରେ ନୟାଗଡ଼ର ଏକ ପରିବାର କାର୍ ଯୋଗେ ମାଲକାନଗିରି ଯାଉଥିଲେ। ଏହି ସମୟରେ ୩୨୬ନମ୍ବର ଜାତୀୟ ରାଜପଥ ଗୌଡ଼ଗୁଡା ଛକରେ କାରଟି ଭାରସାମ୍ୟ ରାସ୍ତାକଡ଼ରେ ଥିବା ଗଛରେ ପିଟି ହୋଇଯାଇଥିଲା।
ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଜଣେ ଗୁରୁତରଙ୍କୁ କୋରାପୁଟ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିବା ବେଳେ ଆଉ ୨ଜଣ ଙ୍କୁ ବୈପାରୀଗୁଡା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି। ଦୁର୍ଘଟଣାଗ୍ରସ୍ତ ଗାଡ଼ିରେ ୬ ଜଣ ଥିବା ଜଣାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Accident_1747362497.jpg)