/odishatv-khabar/media/post_attachments/uploadimage/library/16_9/16_9_0/Accident__1709185580.jpg)
Accident
ମଧ୍ୟପ୍ରଦେଶ ଦିନ୍ଦୋରୀରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବଡ଼ଝର ଘାଟିରେ ପିକ୍ଅପ୍ ଭ୍ୟାନ୍ ଓଲଟି ପଡ଼ିବା ଫଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ସାହାପୁରା ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ଆହୁରି ଅନେକ ମୃତାହତ ହୋଇଥିବା ଅନୁମାନ କରାଯାଉଛି । ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି ।
ଏହି ଘଟଣାକୁ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଦୁଃଖ ପ୍ରକାଶ କରିଛନ୍ତି । ମୃତକଙ୍କ ପରିବାର ପାଇଁ ସେ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି । ଆହତମାନଙ୍କୁ ଚିକିତ୍ସା ଯୋଗାଇବା ପାଇଁ ମୋହନ ଯାଦବ ସ୍ଥାନୀୟ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଉଦ୍ଧାର କାର୍ଯ୍ୟର ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଅଧିକ ପଢ଼ନ୍ତୁ: ଝାଡ଼ଖଣ୍ଡରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା, ଏକାଧିକ ମୃତ
ମୁଖ୍ୟମନ୍ତ୍ରୀ ମୋହନ ଯାଦବ କହିଛନ୍ତି ଯେ, ଦିନ୍ଦୋରୀ ଜିଲ୍ଲାର ଦୁର୍ଘଟଣା ଲୋକଙ୍କ ଜୀବନ ନେଇଛି । ଏଥି ପାଇଁ ମୁଁ ଗଭୀର ସମବେଦନା ଜଣାଉଛି । ସମସ୍ତ ଅମର ଆତ୍ମାଙ୍କୁ ଭଗବାନ ଶାନ୍ତି ପ୍ରଦାନ କରନ୍ତୁ । ଏହି ଦୁଃଖ ସହିବାକୁ ପରିବାର ସଦସ୍ୟଙ୍କୁ ଶକ୍ତି ଦିଅନ୍ତୁ । ମୃତକଙ୍କ ପରିବାର ପାଇଁ ସରକାର ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଥିବାବେଳେ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିବା ସେ ସୂଚନା ଦେଇଛନ୍ତି ।
ଗତକାଲି ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ଏହି ଦୁର୍ଘଟଣା ଘଟିଛି । ଡ୍ରାଇଭର ଜଣକ ନିୟନ୍ତ୍ରଣ ହରାଇବାରୁ ୧୪ଜଣଙ୍କ ମୃତ୍ୟୁ ହୋଇଛି । ୨୧ ଜଣ ଆହତ ହୋଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)