• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ପ୍ରସୂତୀ ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। 

ସୂଚନା ଅନୁସାରେ, ଆଜି ଅପରାହ୍ଣରେ ପ୍ରସୂତୀ ବିଭାଗରେ ନିଆଁ ଲାଗି ଯାଇଥିଲା। ଫଳରେ ICU, ୱାର୍ଡରେ ଥିବା ରୋଗୀଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯାଇଥିଲା। ଅଗ୍ନିକାଣ୍ଡ ପରେ ପୂରା ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା।

ଖବରପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ କରୁଛନ୍ତି। 

OTV is now on Whatsapp

Join and get latest news update delivered to you via whatsapp

Join Now