/odishatv-khabar/media/post_attachments/uploadimage/library/16_9/16_9_0/IMAGE_1714213731.jpg)
Mamata Banerjee slips and falls
ପୁଣି ଥରେ ଦୁର୍ଘଟଣାର ଶିକାର ହୋଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଲୋକସଭା ନିର୍ବାଚନ ଚାଲିଥିବା ବେଳେ ପୁଣି ଥରେ ଆହତ ହୋଇଛନ୍ତି । ପ୍ରଚାର ପାଇଁ ଯିବା ବେଳେ ଏହି ଅଘଟଣ ଘଟିଛି। ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ମମତା ଆହତ ହୋଇଛନ୍ତି । ହେଲିକପ୍ଟରରେ ଚଢ଼ିବା ବେଳେ ସେ ପଡ଼ି ଯାଇଥିଲେ। ଏଥିରେ ତାଙ୍କ ପାଦରେ ସାମାନ୍ୟ ଆଘାତ ଲାଗିଥିବା ଲାଗିଥିବା ଜଣାପଡ଼ିଛି।
ଦୁର୍ଗାପୁରରୁ ଆସନସୋଲ ଯାଉଥିଲେ ଦିଦି । ସେଠାରେ ସେ ଟିଏମସି ପ୍ରାର୍ଥୀ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନରେ ଏକ ରାଲିକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଥିଲା । ସେ ହେଲିକପ୍ଟର ଭିତରକୁ ଯାଉଥିବା ବେଳେ ଭାରସାମ୍ୟ ହରାଇ ପଡିଯାଇଥିଲେ । ତାଙ୍କ ପାଦରେ ଆଘାତ ଲାଗିଥିବା ସୂଚନା ମିଳିଛି । ତେବେ ତାଙ୍କୁ ସଙ୍ଗେସଙ୍ଗେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ସମୟର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ।
#WATCH | West Bengal CM Mamata Banerjee slipped and fell while taking a seat after boarding her helicopter in Durgapur, Paschim Bardhaman today. She reportedly suffered a minor injury and was helped by her security personnel. She continued with her onward travel to Asansol. pic.twitter.com/UCt3dBmpTQ
— ANI (@ANI) April 27, 2024
ହେଲିକପ୍ଟରରେ ଚଢିବା ସମୟରେ ତାଙ୍କର ପାଦ ଖସିଯିବାରୁ ସେ ପଡିଯାଇଥିଲେ । ତେବେ ସେଠାରେ ଉପସ୍ଥିତ ସୁରକ୍ଷାକର୍ମୀ ତାଙ୍କୁ ଉଠାଇ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ଏହା ପୂର୍ବରୁ ଜାନୁଆରୀ ୨୪ ତାରିଖରେ ମଧ୍ୟ ସାମାନ୍ୟ ଆହତ ହୋଇଥିଲେ ଦିଦି । ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବର୍ଦ୍ଧମାନ ଗସ୍ତ କରିଥିଲେ । ସେଠାରୁ ସେ ହେଲିକପ୍ଟର ଯୋଗେ କୋଲକାତା ଫେରିବାର କାର୍ଯ୍ୟକ୍ରମ ଥିଲା । ମାତ୍ର ପାଗ ଖରାପ ହେବା କାରଣରୁ ସେ କାରରେ ଫେରିଥିଲେ ।ବର୍ଦ୍ଧମାନରୁ କୋଲକାତା ଆସୁଥବା ବେଳେ ତାଙ୍କ କାର ସମ୍ମୁଖରେ ଏକ ସ୍ପିଡ କାର ଆସିଯାଇଥିଲା । ଡ୍ରାଇଭର ହଠାତ ବ୍ରେକ ଲଗାଇଥିଲେ । ଫଳରେ ଡ୍ରାଇଭରଙ୍କ ପାଖ ସିଟରେ ବସିଥିବା ମମତାଙ୍କର ମୁଣ୍ଡରେ ଆଘାତ ଲାଗିଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)