Advertisment

Mo Bus Accident: 'ମୋ ବସ୍' ଚକା ତଳେ ଗଲା ନାବାଳିକା ଜୀବନ; ତାତିଲେ ଲୋକେ

ରାଜଧାନୀରେ ସକାଳୁ ବଡ଼ ଅଘଟଣ ଘଟିଛି। ନନ୍ଦନକାନନ ଥାନା ରଘୁନାଥପୁରରେ ନାବାଳିକା ଉପରେ ମାଡିଯାଇଛି ମୋ ବସ୍ । ଝିଅଟି ସାଇକେଲରେ ଯାଉଥିବା ବେଳେ ତାକୁ ‘ମୋ ବସ୍‌’ଧକ୍କା ଦେଇଥିଲା ।

author-image
Sonali Ojha
ଅଦ୍ୟତନ ହୋଇଛି
Accident

Accident

ଅମାନିଆ ‘ମୋ ବସ୍‌’। ସ୍ପିଡ୍ ଉପରେ ନାହିଁ ନିୟନ୍ତ୍ରଣ। କେତେବେଳେ କାର୍‌କୁ ଧକ୍କା ଦେଉଛି ତ ଆଉ କେତେବେଳେ କାହା ଉପରେ ମାଡି ଯାଉଛି। ଲଗାତାର କିଛି ଦିନ ଧରି ରାଜଧାନୀରେ ଏକପ୍ରକାର ଆତଙ୍କ ରଚୁଛି ‘ମୋ ବସ୍‌’। ଆଜି ସକାଳୁ ସକାଳୁ ପୁଣି ଗୋଟିଏ ମୁଣ୍ଡ ନେଇଛି। ବସ୍ ଧକ୍କାରେ ୧୨ ବର୍ଷୀୟ ଝିଅର ମୃତ୍ୟୁ ହୋଇଛି । ନନ୍ଦନକାନନ ଥାନା ରଘୁନାଥପୁରରେ ନାବାଳିକା ଉପରେ ‘ମୋ ବସ୍‌’ମାଡ଼ି ଯାଇଛି। ଘଟଣାସ୍ଥଳରେ ଝିଅଟିର ମୃତ୍ୟୁ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।

Advertisment

ରାଜଧାନୀରେ ସକାଳୁ ବଡ଼ ଅଘଟଣ ଘଟିଛି। ନନ୍ଦନକାନନ ଥାନା ରଘୁନାଥପୁରରେ ନାବାଳିକା ଉପରେ ମାଡିଯାଇଛି ମୋ ବସ୍ । ଝିଅଟି ସାଇକେଲରେ ଯାଉଥିବା ବେଳେ ତାକୁ ‘ମୋ ବସ୍‌’ଧକ୍କା ଦେଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ଝିଅଟି ସାଇକେଲ୍‌ରେ ଯାଉଥିଲା। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ‘ମୋ ବସ୍‌’ତାକୁ ଧକ୍କା ଦେଇଥିଲା। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ପାଇଁ ଅନେକ ଜୀବନ ଗଲାଣି। ଦୁର୍ଘଟଣା ପରେ ସ୍ଥାନାୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ସ୍ଥାନୀୟ ଲୋକେ ୩ଟି ମୋ ବସ୍ କୁ ଅଟକ ରଖିଛନ୍ତି । ଏହାସହ ରାସ୍ତାରେ ବାଉଁଶ ପକାଇ ନନ୍ଦନକାନନ ପଟିଆ ରାସ୍ତା ଅବରୋଧ କରାଯାଇଛି ।

Advertisment

କିଛି ଦିନ ତଳେ ଡମଣା ଛକରେ ‘ମୋ ବସ୍‌’ଜଣେ ଯୁବତୀଙ୍କୁ ଧକ୍କା ଦେଇଥିଲା। ଯୁବତୀ ଜଣକ ହାତ ହରାଇଥିଲେ। ଏହାପରେ କଡ଼ାକଡ଼ି ହୋଇଥିଲା ନିୟମ। ଗାଡ଼ିର ବେଗ ୪୦ କିଲୋମିଟର ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବେପରୁଆ ଗାଡ଼ି ଚାଳନା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ ବି କହିଥିଲେ। ହେଲେ ଏହାକୁ ଫୁ କରି ଉଡାଇ ଦେଉଛନ୍ତି ଡ୍ରାଇଭର। ଆଖି ଦୃଶିଆ କାର୍ଯ୍ୟାନୁଷ୍ଠାନ ନ ହେବାରୁ ଦୁର୍ଘଟଣା ବଢିବାରେ ଲାଗିଛି। ବିଭିନ୍ନ ସ୍ଥାନରେ 'ମୋ ବସ୍ ' ଦୁର୍ଘଟଣା ନିତିଦିନିଆ ଘଟଣା ପାଲଟିଗଲାଣି। ଗତକାଲି ମଧ୍ୟ ଡମଣା ଛକରେ ଏକ କାର୍କୁ ଧକ୍କା ଦେଇଥିଲା ‘ମୋ ବସ୍‌’। ଏହି ଘଟଣା ପରେ ଦୀର୍ଘ ସମୟ ଧରି ଲୋକେ ବସରେ ଫସି ରହିଥିଲେ।

ଅଧିକ ପଢ଼ନ୍ତୁ: Bhubaneswar Metro Rail Project: ୨୦୨୭ ସୁଦ୍ଧା ସରିବ ମେଟ୍ରୋ କାମ

Bus Accident Mo Bus
Advertisment
Advertisment