/odishatv-khabar/media/post_attachments/uploadimage/library/16_9/16_9_0/____1686636995.jpg)
Odisha Train Tragedy
ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଜଣେ ଆହତଙ୍କ କଟକ SCB ମେଡିକାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ମୃତକ ହେଲେ ବିହାରର ବିଜୟ ପାଶୱାନ। ଦୁର୍ଘଟଣା ଦିନ ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।
Advertisment
SCB ର ସେଣ୍ଟ୍ରାଲ ଆଇସିୟୁରେ ରହି ବିଜୟ ଚିକିତ୍ସିତ ହେଉଥିଲେ। ଦୁଃଖଦ ଘଟଣା, ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ମେଡିକାଲ୍ ପକ୍ଷରୁ ସୂଚନା ମିଳିଛି। ତେବେ SCBରେ ଚିକିତ୍ସାଧୀନ ଆହତଙ୍କ ମଧ୍ୟରେ ଏହା ପ୍ରଥମ ମୃତ୍ୟୁ ବୋଲି ଜଣାପଡ଼ିଛି।
ସୂଚନାଥାଉ କି, ଗତ ୨ ତାରିଖରେ କୋଲକାତାରୁ ଚେନ୍ନାଇକୁ ଯାଉଥିବା କରମଣ୍ଡଳ ଏକ୍ସପ୍ରେସ୍ ବାହାନଗା ଷ୍ଟେସନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ୨୮୮ ଜଣଙ୍କର ମୃତ୍ୟୁ ଘଟିଥିଲା ଓ ୧୨ଶହରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ। ଆଜି ଏସ୍ସିବିରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ପରେ ମୃତକଙ୍କ ସଂଖ୍ୟା ୨୮୯ରେ ପହଞ୍ଚିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)